Latest

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା, ସଂଖ୍ୟା ୬ କୁ ବୃଦ୍ଧି

Posted on

ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ୩ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ୬ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଜଣେ ନାବଳକ ମଧ୍ୟ ଅଛନ୍ତି । ବିଭିନ୍ନ ମେଡିକାଲରେ ଅନ୍ୟ ୨୩ ଜଣ ଆହତଙ୍କ ଚିକିତ୍ସା ଚାଲିଛି।

ବୁଧବାର ରାତିରେ ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି ବିସ୍ଫୋରଣରେ  ୩୦ ରୁ ଅଧିକ ଆହତ ହୋଇଥିଲେ। ଘଟଣାରେ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିବା ଏସଆରସି ସୂଚନା ଦେଇଛନ୍ତି। ଗୁରୁବାର ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଆହତଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ବରିଷ୍ଠ ଡାକ୍ତରଙ୍କ ସହ ଚିକିତ୍ସା ବ୍ୟବସ୍ଥା ବିଷୟରେ ଆଲୋଚନା କରି ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Leave a Reply

Your email address will not be published. Required fields are marked *

Most Popular

Exit mobile version