ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟାଙ୍କର ବୁଧବାର ମୁମ୍ବାଇର ଏକ ହସ୍ପିଟାଲରେ ଦେହାନ୍ତ ହୋଇଛି। ସେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିଲେ ଏବଂ ଗତ କିଛି ଦିନ ହେବ ହସ୍ପିଟାଲରେ ଆଇସିୟୁରେ ଥିଲେ। ରତନ ଟାଟାଙ୍କ ବିୟୋଗ ବାବଦରେ ବିଶିଷ୍ଟ ଶିଳ୍ପପତି ହର୍ଷ ଗୋୟେଙ୍କା ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ହେଲେ ଟାଟା କର୍ତ୍ତୃପକ୍ଷଙ୍କ ତରଫରୁ କୌଣସି ସୂଚନା ମିଳିପାରି ନାହିଁ। ୮୬ ବର୍ଷୀୟ ରତନ ଟାଟା ସୋମବାର କହିଥିଲେ ଯେ ତାଙ୍କ ବୟସ ଏବଂ ଆନୁଷଙ୍ଗିକ ଅସୁସ୍ଥତା କାରଣରୁ ତାଙ୍କର ନିୟମିତ ଡାକ୍ତରୀ ପରୀକ୍ଷା ଚାଲିଛି।ଗତ ସପ୍ତାହରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ଅନେକ ଖବର ସାମ୍ନାକୁ ଆସିଥିଲା, କିନ୍ତୁ ରତନ ଟାଟା ଜନସାଧାରଣଙ୍କୁ ଆଶ୍ୱାସନା ଦେଇ କହିଥିଲେ ଯେ ତାଙ୍କ ବୟସ ଏବଂ ଆନୁଷଙ୍ଗିକ ସ୍ୱାସ୍ଥ୍ୟ ସମସ୍ୟା କାରଣରୁ ତାଙ୍କର ନିୟମିତ ଡାକ୍ତରୀ ପରୀକ୍ଷା କରାଯାଉଛି।
ଆଇଏଏସ୍ ସୁଜାତାଙ୍କ ଛୁଟି ଆବେଦନ ଅଗ୍ରାହ୍ୟ, ଆଉ ୬ମାସ ଛୁଟି ମାଗିଥିଲେ
ଭୁବନେଶ୍ୱର(ଓଡ଼ିଶା ୱେୟାର): ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ମେ’ ୩୧ରୁ ୬ମାସ ଛୁଟିରେ ଯାଇଥିବା...