Latest

ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୫ ଛୁଇଁଲା; ୬୦ ଆହତ

Posted on

ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ ଛୁଇଁଥିବା ବେଳେ ୬୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ କ୍ଷତିପୂରଣ ଓ ଆହତଙ୍କ ପରିବାରକୁ ୫୦,୦୦୦ ଟଙ୍କା ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୃତକଙ୍କୁ ୧୦ ଲକ୍ଷ କ୍ଷତିପୂରଣ, ଗୁରୁତରଙ୍କୁ ୨.୫ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ, ଆଜି ସକାଳେ ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହେବ ଯୋଗୁଁ ଦୁର୍ଘଟଣା ଘଟିଥିଲା। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version