Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୁଣି ଲଘୁଚାପ, ବଙ୍ଗୋପସାଗରରେ ବଢୁଛି ଲଘୁଚାପ ସଂଖ୍ୟା

ନୂଆଦିଲ୍ଲୀ : ଲଘୁଚାପ ପରେ ଲଘୁଚାପ। ବଙ୍ଗୋପସାଗରରେ ବଢୁଛି ଲଘୁଚାପ ସଂଖ୍ୟା। ଗତମାସ ଏକାଧିକ ଲୋ ପ୍ରେସର ସୃଷ୍ଟି ହୋଇଥିଲା । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି । ଏହି ଡିପ୍ରେସନ ପଶ୍ଚିମଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତାକାଲି ଭୋରରୁ ଏହା ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଡିପ୍ରେସନ ପ୍ରଭାବରେ ତାମିଲନାଡୁରେ ବର୍ଷା ଜାରି ରହିଛି । ତେବେ ଓଡ଼ିଶା ଉପରେ ଏହି ଡିପ୍ରେସନର ପ୍ରଭାବ ପଡ଼ିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି । ସେହିପରି ଡିସେମ୍ବରରେ ପୁଣି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଭାରତ ଓ ଶ୍ରୀଲଙ୍କାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏ ନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍‌ ସୂଚନା ଦେଇଛନ୍ତି । ତେବେ ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top