Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପୁଣି ୫୦୦କୋଟିର ଋଣ

ଭୁବନେଶ୍ୱର: ରାଜ୍ୟ ସରକାର ୨୦୧୮-୧୯ ଆର୍ଥିକ ବର୍ଷର ଚତୁର୍ଥ ଥର ପାଇଁ ଖୋଲା ବଜାରରୁ ପୁଣି ୫୦୦କୋଟି ଟଙ୍କା ଋଣ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟ ଅର୍ଥ ବିଭାଗର ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାର ଏହି ୫୦୦କୋଟି ଟଙ୍କାର ଋଣକୁ ରିଜର୍ଭ ବ୍ୟାଙ୍କ ମାଧ୍ୟମରେ ଆଣିବେ ଓ ୫ବର୍ଷ ମଧ୍ୟରେ ପରିଶୋଧ କରିବେ । ଏହି ଅର୍ଥକୁ ରାଜ୍ୟର ବିକାଶମୂଳକ କାର୍ଯ୍ୟ ଓ ଯୋଜନାରେ ବ୍ୟୟ କରାଯିବ । ସୂଚନାଯୋଗ୍ୟ ରାଜ୍ୟ ସରକାର ୨୦୧୮-୧୯ ଆର୍ଥିକ ବର୍ଷରେ ଏପ୍ରିଲ ୯ ଓ ୨୪ତାରିଖ ଏବଂ ମେ’ ୪ ରେ ୫୦୦କୋଟି ଟଙ୍କା ଲେଖାଏଁ ଋଣ ଆଣିଥିଲେ । ଉଲ୍ଲେଖଯୋଗ୍ୟ ୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ମୋଟ ୧୫,୪୬୦କୋଟି ଟଙ୍କା ଋଣ ଆଣିବେ ବୋଲି ବଜେଟ୍ରେ ପ୍ରାବଧାନ କରିଛନ୍ତି । ୨୦୧୭-୧୮ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟର ମୋଟ ଋଣବୋଝ ୭୬,୪୮୩କୋଟି ଟଙ୍କା ଥିବାବେଳେ ଚଳିତ ଆର୍ଥିକ ବର୍ଷ ଶେଷବେଳକୁ ଏହା ୯୧,୯୪୩ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top