Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୂର୍ବତନ ବିଧାୟକ ରାମମୂର୍ତ୍ତିଙ୍କୁ ମିଳିଥିବା ଆଜୀବନ କାରାଦଣ୍ଡକୁ କାଏମ ରଖିଲେ ହାଇକୋର୍ଟ

ଭୁବନେଶ୍ୱର: ପତ୍ନୀଙ୍କୁ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଉଚ୍ଚ ଅଦାଲତରୁ ଝଟକା ଲାଗିଛି । ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜଙ୍କ ରାୟକୁ କାଏମ ରଖିଛନ୍ତି ହାଇକୋର୍ଟ । ଫଳରେ ଭୁବନେଶ୍ୱର କୋର୍ଟଙ୍କ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା ଆଦେଶ ବଳବତ୍ତର ରହିଛି । ସାଂସଦ ଏବଂ ବିଧାୟକ ପାଇଁ ଉଦ୍ଦିଷ୍ଟ ଥିବା ସ୍ୱତନ୍ତ୍ର କୋର୍ଟ ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ତରେ ଦଣ୍ଡିତ କରିଥିଲେ । ମାତ୍ର ସେ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ । ମାତ୍ର ସେଠାରୁ ମଧ୍ୟ ତାଙ୍କୁ ନିରାଶ ହେବାକୁ ପଡ଼ିଛି । 

ଅତିରିକ୍ତ ଜିଲ୍ଲା ଦୌରାଜଜ୍-୩ ସସ୍ମିତା ପାଢ଼ୀ ଏହି ଦଣ୍ଡାଦେଶ ଶୁଣାଇଥିଲେ । ଆଇପିସି ଦଫା-୩୦୨(ହତ୍ୟା)ରେ ଆଜୀବନ କାରାଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରାଯାଇଛି । ଜରିମାନା ଅନାଦେୟ ଅଧିକ ବର୍ଷେ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ କହିଥିଲେ । ପ୍ରମାଣ ନଷ୍ଟ କରିବା କରିବା ଅଭିଯୋଗରେ ଦଫା-୨୦୧ରେ ତିନି ବର୍ଷ ଜେଲ୍ ଦଣ୍ଡାଦେଶ ଓ ୧୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରାଯାଇଥିଲା । ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ । 

କ’ଣ ରହିଥିଲା ମାମଲା ?

ତତ୍କାଳୀନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଏମ୍‌ଏଲ୍‌ଏ କଲୋନି କ୍ବାର୍ଟର୍ସ ନଂ-ଡିଏସ୍-୧୮/୧ରେ ରହୁଥିଲେ । ୧୯୯୫ ଅଗଷ୍ଟ ୨୯ ତାରିଖରେ ତାଙ୍କ ଦ୍ଵିତୀୟ ପତ୍ନୀ ଶଶିରେଖା ଗମାଙ୍ଗଙ୍କର ମୃତ୍ୟୁ ହୋଇଥିଲା । ତାଙ୍କ ବାସଭବନର ବାଥରୁମ୍‌ରୁ ଅର୍ଦ୍ଧଦଗ୍ଧ ମୃତ ଦେହ ମିଳିଥିଲା । ସେତେବେଳେ ସେ ଗର୍ଭବତୀ ମଧ୍ୟ ଥିଲେ । ଏ ନେଇ ରାମମୂର୍ତ୍ତି ନିଜେ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ । ସେ ଆତ୍ମହତ୍ୟା କରିଥିଲେ ଏତଲା ଦେଇଥିଲେ । ମାତ୍ର ପରେ ତଦନ୍ତୁ ଜଣାପଡ଼ିଥିଲା ଯେ ଏହା ଏକ ହତ୍ୟାକାଣ୍ଡ । ପତ୍ନୀଙ୍କୁ ହତ୍ୟା କରିବା ପରେ କିରାସିନି ଢାଳି ଜାଳିଦେବା ପାଇଁ ଉଦ୍ୟମ କରିଥିଲେ। ପ୍ରମାଣ ନଷ୍ଟ ପାଇଁ ସେ ଏଭଳି କରିଥିବା କୋର୍ଟରେ ପ୍ରମାଣିତ ହୋଇଥିଲା।

ସ୍ତ୍ରୀକୁ କିରୋସିନ ଢାଳି ଜାଳି ଦେବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରାଯାଇଥିଲା । ୧୯୯୫ ନଭେମ୍ବର ୧ରେ ସେ ଜାମିନରେ ମୁକୁଳିଥିଲେ । ସାଂସଦ ଏବଂ ବିଧାୟକଙ୍କ ମାମଲାରେ ଭୁବନେଶ୍ୱରରେ ସ୍ୱତନ୍ତ୍ର କୋର୍ଟ ପ୍ରତିଷ୍ଠା ହେବା ପରେ ମାମଲା ସେଠାକୁ ଯାଇଥିଲା । ମାମଲାରେ ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଉପସ୍ଥାପନକୁ ଆଧାର କରି ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ । 

Click to comment

Leave a Reply

Your email address will not be published. Required fields are marked *

Most Popular

To Top