Latest

ପ୍ରବଳ ବର୍ଷା ନେଇ ରାଜ୍ୟର ୭ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି

Posted on

ଆଜି ପ୍ରବଳ ବର୍ଷାରେ ଭିଜିବ ସାରା ରାଜ୍ୟ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବା। ଏହା ଆଜି ମଧ୍ୟାହ୍ନ ସମୟରେ ପୁରୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ପବନରେ ବେଗ ୫୦ରୁ ୬୦ କିମି ରହିବ । ଏହାସହ ଝଟକା ପବନ ୬୫ ରୁ ୭୦ କିମି ରହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସେହିପରି ଭୀଷଣ ବର୍ଷା ନେଇ ଆଜି ୭ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ରାଜ୍ୟଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ସତର୍କ ଜାରି ହୋଇଛି।ଅନ୍ୟପଟେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ବନ୍ଦରଗୁଡ଼ିକୁ ବିପଦ ସଙ୍କେତ ଜାରି କରାଯାଇଛି । ଗୋପାଳପୁର, ପୁରୀ, ଧାମରା ଓ ପାରାଦୀପକୁ ବିପଦ ସଙ୍କେତ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *

Most Popular

Exit mobile version