Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଫୁଲବାଣୀରେ ମେଡିକାଲ କଲେଜକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାର ଫୁଲବାଣୀରେ ୧୦୦ସିଟ୍ ବିଶିଷ୍ଟ ମେଡିକାଲ କଲେଜ ଓ ହସ୍ପିଟାଲ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହାସହିତ କୋରାପୁଟଠାରେ ଥିବା ମେଡିକାଲ କଲେଜର ସିଟ୍ ସଂଖ୍ୟାକୁ ୬୫୦କୁ ବୃଦ୍ଧି ପ୍ରସ୍ତାବକୁ ମଧ୍ୟ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ଏଥିନିମନ୍ତେ ୬୫୦କୋଟି ଟଙ୍କାର ଟର୍ଣ୍ଣ-କି ଟେଣ୍ଡରକୁ ମଧ୍ୟ ଅନୁମୋଦନ କରାଯାଇଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନୂଆ ମେଡିକାଲ କଲେଜ ସ୍ଥାପନ ଓ ସିଟ୍ ସଂଖ୍ୟା ବୃଦ୍ଧି ପାଇଁ ନୀତିଗତ ନିଷ୍ପତ୍ତି ନେବା ସହ ଏହି ଦୁଇ ମେଡିକାଲ କଲେଜର ନିର୍ମାଣ ନିମନ୍ତେ ୬୮୦କୋଟି ଟଙ୍କାର ଟର୍ଣ୍ଣ-କି ଟେଣ୍ଡରକୁ ମେସର୍ସ ସାପୁର୍ଜି ପାଲୋଞ୍ଜି ଆଣ୍ଡ କମ୍ପାନୀ ପ୍ରାଃ ଲିଃକୁ ମଧ୍ୟ ନ୍ୟସ୍ତ ପାଇଁ ମଞ୍ଜୁରୀ ଦେଇଛନ୍ତି । ଏହି ନିର୍ମାଣ କାର୍ଯ୍ୟ ୩୬ମାସ ମଧ୍ୟରେ ଶେଷ ହେବ ।
ରାଜ୍ୟରେ ଯୋଗ୍ୟ ଡାକ୍ତରଙ୍କ ଆବଶ୍ୟକତା ପୂରଣ ଓ ମେଡିକାଲ ଶିକ୍ଷାର ପ୍ରସାର ପାଇଁ ସରକାର ଏହି ମେଡିକାଲ କଲେଜ ଭିତ୍ତିଭୂମି ବୃଦ୍ଧି କରୁଛନ୍ତି ବୋଲି କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top