Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଫ୍ଲାଏଓଭରରୁ ଖସିଲା ଯାତ୍ରୀବାହୀ ବସ୍; ଜଣେ ମୃତ, ୫୦ରୁ ଉର୍ଦ୍ଧ୍ବ ଆହତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ବରେଲୀ ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫ୍ଲାଏଓଭରରୁ ଏକ ଯାତ୍ରୀବାହୀ ବସ୍ ତଳୁ ଖସିପଡିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୦ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି ଆଶଙ୍କା କରାଯାଉଛି।

ସୂଚନାମୁତାବକ, ଆଜି ଭୋର୍ ସମୟରେ ବସ୍‌ଟି ଦିଲ୍ଲୀରୁ ଫେରୁଥିବାବେଳେ ଫତେହଗଞ୍ଜ ଥାନା ନିକଟରେ ଥିବା ଫ୍ଲାଏଓଭରରୁ ଭାରସାମ୍ୟ ହରାଇ ଖସିପଡିଥିଲା। ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବାବେଳେ ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ମେରଠ ନିବାସୀ ପ୍ରେମ୍ କିଶନ ବୋଲି ଜଣାପଡିଛି। ତେବେ ଘଟଣା ଘଟିବା ପରେ ଜିଲ୍ଲାପାଳ ହସ୍ପିଟାଲରେ ପହଞ୍ଚି ସମସ୍ତ ଆହତଙ୍କ ସ୍ଵାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବା ସହ ଯଥାସମ୍ଭବ ଚିକିତ୍ସା ଯୋଗାଇଦେବାକୁ ନିର୍ଦେଶ ଦେଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି ଆଶଙ୍କା କରାଯାଉଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top