ପୁର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆଜି ସକାଳ ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟା ନାଁ ‘ଦାନା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସମ୍ଭାବ୍ୟ ବାତ୍ୟା ଦାନା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି ରାଜ୍ୟରେ ୨୩, ୨୪, ୨୫ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ୨୦ରୁ ୩୦ ସେମି ବର୍ଷିବ।
ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା । ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ । ଗଛ ଉପୁଡ଼ିପାରେ, ତଳିଆ ଅଞ୍ଚଳରେ ପାଣି ଜମି ପାରେ । ଭୟଭୀତ ନ ହୋଇ ନିରାପଦରେ ରହିବାକୁ ପଦକ୍ଷେପ ନିଅନ୍ତୁସେହିପରି ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି। ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ସରକାର କାମ କରୁଥିବା ସୂଚନା ଦେଇଛନ୍ତି ଏସଆରସି ଦେଓରଂଜନ ସିଂ।ଅନ୍ୟପଟେ ଚେତାବନୀ ପରେ କୂଳକୁ ଫେରି ଆସୁଛନ୍ତି ମତ୍ସ୍ୟଜୀବୀ । ପାରାଦୀପ, ଗୋପାଳପୁର, ବାଲେଶ୍ବର ଉପକୂଳରୁ ଫେରିଥିବା ସୂଚନା ।


