Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବଦ୍ରିନାଥ ଯାଉଥିବା ବେଳେ ନଦୀକୁ ଖସିଲା ତୀର୍ଥଯାତ୍ରୀ ବସ୍, ୧୨ ମୃତ ଓ ୧୪ ଗୁରୁତର

ଉତ୍ତରାଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରିଷିକେଶ-ବଦ୍ରିନାଥ ହାଇୱେ ଘାଟି ରାସ୍ତାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ତେବେ ଦୁର୍ଘଟଣା ସମୟରେ ଗାଡ଼ିରେ ପ୍ରାୟ ୨୬ଜଣ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି।

ଖବର ମୁତାବକ, ଦୁର୍ଘଟଣାଗ୍ରସ୍ତ ଟେମ୍ପୋଟି ଆଜି ନୋଏଡା (ୟୁପି) ରୁ ତୀର୍ଥଯାତ୍ରୀଙ୍କୁ ଧରି ରୁଦ୍ରପ୍ରୟାଗ ଅଭିମୁଖେ ଯାତ୍ରା କରୁଥିଲା । ତେବେ ରିଷିକେଶ-ବଦ୍ରିନାଥ ହାଇୱେ ଘାଟିରେ ଭାରସାମ୍ୟ ହରାଇ ପ୍ରାୟ ୧୫୦ ରୁ ୨୦୦ ମିଟର ଖାଇକୁ ଖସିପଡିଥିଲା । ଦୁର୍ଘଟଣା ସମୟରେ ଗାଡ଼ିରେ ପ୍ରାୟ ୨୩ଜଣ ଯାତ୍ରୀ ଥିଲେ। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ମୃତଦେହଗୁଡ଼ିକ ଫସି ରହିଥିଲା। ଅନ୍ୟମାନଙ୍କ ଚିତ୍କାର ଶବ୍ଦରେ ଆଖପାଖ ଅଞ୍ଚଳ କମ୍ପିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ଏନେଇ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ପ୍ରଶାସନ ଏବଂ ଏସ୍‌ଡିଆର୍‌ଏଫ୍‌ ଟିମ୍‌ର ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଲୋକଙ୍କୁ ବାହାର କରିବା ଲାଗି ପ୍ରୟାସ କରାଯାଉଛି।ଘଟଣାସ୍ଥଳରୁ ୭ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ, ଅନ୍ୟ ପାଞ୍ଚଜଣ ଡାକ୍ତରଖାନାରେ ମୃତ୍ୟୁ ହୋଇଛି । ଅନ୍ୟ ୧୪ ଜଣ ଗୁରୁତର ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଗଡ଼ୱାଲ ଆଇଜି କରଣ ସିଂହ ନଗନ୍ୟାଲ କହିଛନ୍ତି, ରୁଦ୍ରପ୍ରୟାଗ ଏସପି ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ମୃତକଙ୍କୁ ଚିହ୍ନଟ କରିବା ଏବଂ ସେମାନଙ୍କ ପରିବାର ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଉଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top