ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ-ଏମ୍)ର ସାଧାରଣ ସଂପାଦକ ସୀତାରାମ ୟେଚୁରୀଙ୍କ ଦେହାନ୍ତ । ନୂଆଦିଲ୍ଲୀ ଏମ୍ସରେ ୭୨ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଫୁସ୍ଫୁସ୍ ସଂକ୍ରମଣରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ।
ସୂଚନା ମୁତାବକ; ଅଗଷ୍ଟ ୧୯ ତାରିଖ ସନ୍ଧ୍ୟାରେ ନିମୋନିଆ ଯୋଗୁ ତାଙ୍କୁ ଏମ୍ସର ସ୍ୱତନ୍ତ୍ର ୱାର୍ଡରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ ଆଇସିୟୁ ଓ ଏବେ ଶ୍ୱାସକ୍ରିୟା ମେସିନ ଦ୍ୱାରା ତାଙ୍କୁ ଅମ୍ଳଜାନ ଯୋଗାଇ ଦିଆଯାଉଛି। ଭଲ ହେବ ପରିବର୍ତ୍ତେ ଦିନକୁ ଦିନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଥିଲା। ୟେଚୁରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ସ୍ୱତନ୍ତ୍ର ଡାକ୍ତରୀ ଟିମ ନଜର ରଖିଥିଲେ କିନ୍ତୁ କୌଣସି ସଫଳ ମିଳିନଥିଲା।ସୀତାରାମ ୟେଚୁରୀ ଭାରତୀୟ ରାଜନୀତିର ଜଣେ ଜଣାଶୁଣା ଚେହେରା । ସେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ସାଧାରଣ ସମ୍ପାଦକ ମଧ୍ୟ ଅଟନ୍ତି ।
ୟେଚୁରୀ ରାଜ୍ୟସଭା ସାଂସଦ ଥିବା ବେଳେ ୨୦୧୬ରେ ଶ୍ରେଷ୍ଠ ସାଂସଦ ପୁରସ୍କାର ପାଇଥିଲେ। ୟେଚୁରୀ ୧୯୭୪ମସିହାରେ ଷ୍ଟୁଡେଣ୍ଟ ଫେଡେରେସନ୍ ଅଫ୍ ଇଣ୍ଡିଆ (ଏସ୍ ଏଫ୍ ଆଇ)ରେ ଯୋଗ ଦେଇଥିଲେ। ବର୍ଷକ ମଧ୍ୟରେ ସେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ସଦସ୍ୟ ହୋଇଥିଲେ। ଏହାପରେ ୧୮୬୫ ମସିହାରେ ମାର୍କ୍ସବାଦୀର ସଦସ୍ୟ ହୋଇଥିଲେ । ୨୦୦୫ ମସିହାରୁ ୨୦୧୭ ମସିହା ଯାଏଁ ପଶ୍ଚିମବଙ୍ଗ ରାଜ୍ୟସଭା ସାଂସଦ ଥିଲେ ।


