Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବଲାଙ୍ଗିର ବେଲପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୮୯୦କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଶିଳାନ୍ୟାସ

ଶନିବାର ବଲାଙ୍ଗୀର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୭ଟି ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଶୁଭ ଉଦଘାଟନ କରିଛନ୍ତି । ସେଥିମଧ୍ୟରେ ବହୁ ପ୍ରତିକ୍ଷିତ ୨୫ କିଲୋମିଟର ଦୈର୍ଘ୍ୟ ବିଶିଷ୍ଚ ଲାନ୍ଥ ଜଳସେଚନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି । ମୋଟରେ ୬୧୧ କୋଟି ଟଙ୍କା ବ୍ୟୟବରାଦରେ ସଡ଼କ, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ ଆଦି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି । ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ ଆମେ କରିବୁ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବେଲପଡ଼ାର ଲାନ୍ଥ ଜଳସେଚନ ପ୍ରକଳ୍ପକୁ ସମୟ ସୀମା ମଧ୍ୟରେ ଶେଷ କରି ଉଦଘାଟନ କରିବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି । ବଲାଙ୍ଗିରରେ ବର୍ଷିଛନ୍ତି ମୋହନ । ୧୯୯୮ ମସିହାରେ ଲୋୟର ସୁକତେଲ ପ୍ରକଳ୍ପର ଘୋଷଣା ହୋଇଥିଲା । ୨୦୦୦ ମସିହାରେ ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଥିଲା । ମାତ୍ର ସେଥିରେ କେତେ ଜଳ ଆପଣ ପାଉଛନ୍ତି ତାହା ଜାଣି ଥିବେ । ଯଦି ଘୋଡ଼ାକୁ ଘାସ ଜଗାଇବା ତାହା ସୁରକ୍ଷିତ ରହିବ ନାହିଁ । ସେହିପରି ଲୋୟର ସୁକତେଲ ପ୍ରକଳ୍ପକୁ ୨୪ ବର୍ଷ ବିତି ଯାଇଥିଲେ ମଧ୍ୟ ପାଣି ପାଇ ପାରିଲେ ନାହିଁ । କାରଣ ସେ ଟଙ୍କାକୁ ମାଳ ମାଳ କୋଠା, ପ୍ଲଟ୍, ସୁନା, ଗହଣା କିଣିବାରେ ଖର୍ଚ୍ଚ କରାଗଲା, ତେଣୁ ପାଣି ଆସିବ କେଉଁଠୁ । କିନ୍ତୁ ସେ ଭୁଲ ଆମ ସରକାର କରିବ ନାହିଁ । ଆମେ କହିବୁ ଏବଂ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେହିପରି ଏ ସରକାର ଚାଷୀଙ୍କ ଉନ୍ନତି ପାଇଁ ପ୍ରତିଶ୍ରୁତି ବଦ୍ଧ । ଏହି ଜଳ ସେଚନ ପ୍ରକଳ୍ପ ଚାଷୀଙ୍କୁ ସୁଦୃଢ଼ କରିବ । ଉଭୟ ଖରିଫ ଏବଂ ରବି ଫସଲକୁ ଜଳ ସେଚନ କରାଯିବ । ଏହା ଦ୍ୱାରା ୨୫ଟି ଗ୍ରାମର ୩୮ ହଜାର ଚାଷୀ ଲାଭ ପାଇବେ । ଚାଷୀର ଉନ୍ନତି ସର୍ବାଗ୍ରେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି କାର୍ଯ୍ୟକ୍ରମରେ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଓ ବିଧାୟକ ଲକ୍ଷ୍ମଣ ବାଗ ପ୍ରମୁଖ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top