ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଧାନସଭାରେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚପଲ ଓ ଇୟରଫୋନ୍ ଫିଙ୍ଗା ଘଟଣାରେ ୩ ବିଜେପି ବିଧାୟକ ଜୟନାରାୟଣ ମିଶ୍ର, ବିଷ୍ଣୁ ସେଠୀ ଓ ମୋହନ ମାଝୀଙ୍କୁ ଆଜି ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଚଳିତ ଅଧିବେଶନରୁ ନିଲମ୍ବନ କରିଛନ୍ତି। ତେବେ ଏହାର ପ୍ରତିବାଦରେ ବିଜେପି ବିଧାୟକମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି।
ଆଜି ଅପରାହ୍ନରେ ଗୃହ କାର୍ୟ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚପଲ ଫିଙ୍ଗା ଯିବା ଘଟଣାକୁ ନେଇ ଶାସକ ଦଳ ସଦସ୍ୟମାନେ ଉଦବେଗ ବ୍ୟକ୍ତ କରିବା ଘଟଣାର ନିନ୍ଦା କରିଥିଲେ।


