ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ତେବେ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଜାଗ ହୋଇଛନ୍ତି । ବାତ୍ୟା ମୁକାବିଲା ପାଇଁ ଅପରାହ୍ନ ୪ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବାତ୍ୟା ଦାନାକୁ ନେଇ ସଜାଗ ରହିଛନ୍ତି ରାଜ୍ୟ ସରକାର । ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ପ୍ରଶାସନିକ ସ୍ତରରେ ଘନ ଘନ ବୈଠକ ଚାଲିଥିବାବେଳେ ଅପରାହ୍ନ ୪ଟାରେ ବାତ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ଆୟୋଜିତ ବୈଠକରେ ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ସଚିବ, ଏସଆରସି ଓ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିବେ ।


