Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ବିଜେଡିରେ ମିଶିଲେ ନବ ଦାସ

ଝାରସୁଗୁଡ଼ା(ଓଡ଼ିଶା ୱେୟାର):ଝାରସୁଗୁଡ଼ା ବିଧାୟକ ନବ କିଶୋର ଦାସ ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି।ଝାରସୁଗୁଡ଼ାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି। ନବ ଫୁଲତୋଡ଼ା ଦେଇ ସଭା ମଂଚରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଝାରସୁଗୁଡ଼ାର ବିକାଶ ପାଇଁ ନବଙ୍କୁ ନିଆଯାଇଥିବା କଥା ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଜନସାଧାରଣଙ୍କୁ ଅବଗତ କରିଛନ୍ତି । ଦୀର୍ଘଦିନ ହେବ ନବ ବିଜେଡିରେ ମିଶିବେ ବୋଲି ଚର୍ଚ୍ଚା ଚାଲିଥିଲା। ଶେଷରେ ସେ ଆଜି ସାମିଲ ହୋଇଛନ୍ତି। କଂଗ୍ରେସରୁ ସେ ନିକଟରେ ଇସ୍ତଫା ଦେଇଥିଲେ। କଂଗ୍ରେସ ମଧ୍ୟ ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଛି। ନବଙ୍କୁ କଂଗ୍ରେସ ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି କରିଥିଲା। ଏକାଧିକବାର କଂଗ୍ରେସ ଟିକଟରୁ ନବ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବହୁ ସଂଖ୍ୟାରେ ନବଙ୍କ ସମର୍ଥକ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top