Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେଡିର ନବନିର୍ବାଚିତ ବିଧାୟକଙ୍କ ଦିନିକିଆ ପ୍ରଶିକ୍ଷଣ

ବିଜେଡିର ନବନିର୍ବାଚିତ ବିଧାୟକଙ୍କ ଦିନିକିଆ ପ୍ରଶିକ୍ଷଣ ଶିବିର ଶଙ୍ଖ ଭବନରେ ଆଜି ଆରମ୍ଭ ହୋଇଛି। ନବନିର୍ବାଚିତ ବିଧାୟକଙ୍କ ସହ ସମସ୍ତ ପୂର୍ବତନ ବିଧାୟକ ଓ ସାଂସଦମାନେ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଆଜି ପୂର୍ବାହ୍ନରେ କାର୍ଯ୍ୟକ୍ରମ ଉଦଘାଟନ କରି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଓଡିଶା ତଥା ଓଡିଶାବାସୀଙ୍କ ସ୍ୱାର୍ଥ ର ସୁରକ୍ଷା ପାଇଁ ଲଢେଇ ଜାରି ରଖିବାକୁ ଦଳର ବିଧାୟକମାନଙ୍କୁ ଆହ୍ୱାନ ଜଣାଇଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗଣତନ୍ତ୍ରରେ ସରକାରଙ୍କ ଯେତିକି ଦାୟିତ୍ୱ ରହିଛି ବିରୋଧୀ ଦଳର ତାଠାରୁ ଅଧିକ ଦାୟିତ୍ୱ ରହିଛି।

ବିରୋଧୀ ଦଳ ହିଁ ଗଣତନ୍ତ୍ରର ଶ୍ରେଷ୍ଠ ସୁରକ୍ଷାକାରୀ ବୋଲି ଶ୍ରୀ ପଟ୍ଟନାୟକ ମତ ଦେଇ ଲୋକଙ୍କ ସ୍ୱାର୍ଥ ଜଡିତ ବିଷୟକୁ ପ୍ରାଥମିକତା ଦେଇ ବିଧାନସଭାରେ ଉଠାଇବାକୁ ବିଧାୟକମାନଙ୍କୁ ପରାମର୍ଶ ଦେଇଥିଲେ। ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ଆମର ନୂଆ ବିଧାୟକମାନଙ୍କୁ ବିଧାନସଭାର ନୀତି ନିୟମ ଏବଂ କାର୍ଯ୍ୟ ପରିଚାଳନା ବିଷୟରେ ସମ୍ୟକ ଜ୍ଞାନ ଦେବା ତାଲିମ ଶିବିରର ମୁଖ୍ୟ ଉଦ୍ଦେଶ୍ୟ। କେବଳ ଗୃହ ପରିଚାଳନା ନୁହେଁ ସରକାରଙ୍କୁ ଉତ୍ତରଦାୟୀ କରିବାରେ ମଧ୍ୟ ଗୃହର ନୀତି ନିୟମ ହେଉଛି ଅସ୍ତ୍ର। ତେଣୁ ବିଧାୟକ ଭାବରେ ନିଜ ଦାୟିତ୍ୱ ନିର୍ବାହ କରିବା ପାଇଁ ଗୃହର ନୀତି ନିୟମ ସହ ବିଭିନ୍ନ ସଂସଦୀୟ ପରମ୍ପରା ଆଦି ଉପରେ ବିଶେଷ ଧ୍ୟାନ ଦେବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top