Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେଡିର ମହିଳା ସମାବେଶକୁ ତାତ୍ସଲ୍ୟ, ମୁଖ୍ୟମନ୍ତ୍ରୀଙ୍କୁ ୫ ପ୍ରଶ୍ନ ପଚାରିଲା ବିଜେପି

ଭୁବନେଶ୍ୱର(ଓଡ଼ିଶା ୱେୟାର):ଆସନ୍ତା ୮ତାରିଖରେ ଆନ୍ତର୍ଜାତିକ ମହିଳା ଦିବସକୁ ଦୃଷ୍ଟିରେ ରଖି ବିଜେଡି ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀରେ ମହିଳା ସମାବେଶ କରିବାକୁ ଘୋଷଣା କରିବାପରେ ବିଜେପି ମହିଳା ମୋର୍ଚ୍ଚା ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରି ୫ଟି ପ୍ରଶ୍ନ ପଚାରିଛି ।
ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟରେ ମହିଳାଙ୍କ ଦୟନୀୟ ସ୍ଥିତି ପାଇଁ ଦାୟୀ କରିବା ସହ କରୋନା ମହାମାରୀବେଳେ ରାଜ୍ୟର ମା’ ଓ ଭଉଣୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ’ଣ କରିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି । ମହିଳା ସଶକ୍ତିକରଣର ମିଛ ବାହାସ୍ପୋଟ ମାରୁଥିବା ଓ ଭ୍ରମିତ କରୁଥିବା ବିଜେଡି ମୁଖିଆ ତଥା ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟବାସୀଙ୍କ ତରଫରୁ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ୫ଟି ପ୍ରଶ୍ନ ପଚାରିଛନ୍ତି । ଏହାର ଉତ୍ତର ଦେବାକୁ ମଧ୍ୟ ନିବେଦନ କରିଛନ୍ତି ।
୧- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୨୧ ବର୍ଷ ଶାସନକାଳ ସମୟରେ କେତେ ମହିଳାଙ୍କ କୋଳ ଖାଲି କରିଛନ୍ତି ?
୨- କେତେ ସଂଖ୍ୟାରେ ନାବାଳିକାଙ୍କ ବଳାତ୍କାର ଏବଂ ହତ୍ୟା ହୋଇଛି ?
୩- ଦାଦନ ଖଟିବାକୁ କେତେ ଲକ୍ଷ ଓଡ଼ିଆ ପୁଅ ବାହାରକୁ ଯାଇଛନ୍ତି ଓ ଏହି କାରଣରୁ କେତେ ମା’ଙ୍କ ଆଖିରୁ ଲୁହ ଝରୁଛି ?
୪- ସ୍ୱୟଂ ସହାୟକ ଗୋଷ୍ଠୀ ଗଠନ କରି ମହିଳା ସଶକ୍ତିକରଣର ଢୋଲ ରାଜ୍ୟ ସରକାର ପିଟୁଛନ୍ତି । କିନ୍ତୁ ସେସବୁ ଗୋଷ୍ଠୀ କେବଳ ଦଳୀୟ ଆଧାରରେ ହୋଇଛି ନା ସାଧାରଣ ମହିଳାଙ୍କୁ ନେଇ ଗଠନ ହୋଇଛି? ଦଳୀୟ ଆଧାରରେ ଗଠନ ହୋଇଥିବା ସ୍ୱୟଂ ସହାୟକ ଗୋଷ୍ଠୀ ଗଠନର ଲକ୍ଷ୍ୟ କେବଳ ଭୋଟ ବ୍ୟାଙ୍କ ନୁହେଁ କି?
୫- ୨୦୧୭ ମସିହାରୁ କେନ୍ଦ୍ର ସରକାର ଆରମ୍ଭ କରିଥିବା ପୋଷଣ ଅଭିଯାନକୁ ରାଜ୍ୟ ସରକାର ରାଜ୍ୟର ମା’ ଓ ଭଉଣୀଙ୍କ ପାଇଁ ଆଜି ପର୍ଯ୍ୟନ୍ତ ଲାଗୁ କରିନାହାନ୍ତି । କୋଭିଡ୍ ମହାମାରୀ ଭଳି ଦୁର୍ଦ୍ଦିନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହିଳାଙ୍କ ଦୁଃଖ ଓ କଷ୍ଟକୁ ବୁଝି ଉଜ୍ଜ୍ୱଳା ଯୋଜନା ମାଧ୍ୟମରେ ମାଗଣା ଗ୍ୟାସ ବଂଟନ କରିଛନ୍ତି । ଏହି ଦୁର୍ଦ୍ଦିନବେଳେ ରାଜ୍ୟର ଅଗଣିତ ମା’ ଓ ଭଉଣୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅବଦାନ କଣ ବୋଲି ଶ୍ରୀମତୀ ପଟ୍ଟନାୟକ ପ୍ରଶ୍ନ କରିଛନ୍ତିା ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମହିଳା ମୋର୍ଚ୍ଚା ଉପସଭାନେତ୍ରୀ କସ୍ତୁରୀ ମିଶ୍ର ଉପସ୍ଥିତ ଥିଲେ ।
ଅନ୍ୟପକ୍ଷରେ ବିଜେଡି ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି ଯେ, ମହିଳା ଦିବସରେ ବିଜେଡିର ନାରା ‘ନାରୀ ଜାଗରଣ ବିଶ୍ୱ କଲ୍ୟାଣ’ ରହିବ । ସମସ୍ତ ମହିଳାମାନଙ୍କୁ ଜାଗରଣ କରିବା, ସେମାନଙ୍କ ପ୍ରତିଭା ଉପସ୍ଥାପନ କରିବା,ଯାହା ବିଶ୍ୱ କଲ୍ୟାଣ ପାଇଁ କାମ ଦେବ । ଏହି ଉପଲକ୍ଷେ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ବିରାଟ କାର୍ଯ୍ୟକ୍ରମ ଆୟୋଜିତ ହେବ । ଓଡ଼ିଶାରୁ ୨ହଜାରରୁ ଅଧିକ ମହିଳା ଏହି କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଶ୍ରୀମତୀ ଛୁରିଆ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top