Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେପି ବିଧାୟକ ଶୁଭେନ୍ଦୁ ଅଧିକାରୀଙ୍କ ନାଁରେ ମାମଲା ରୁଜୁ

କୋଲକାତା: ୭ ଲକ୍ଷ ଟଙ୍କାର ରିଲିଫ୍ ସାମଗ୍ରୀ ଚୋରି କରିବା ଅଭିଯୋଗରେ ବିଜେପି ବିଧାୟକ ଶୁଭେନ୍ଦୁ ଅଧିକାରୀ ଓ ତାଙ୍କ ଭାଇଙ୍କ ବିରୋଧରେ ପୁଲିସ୍ ମାମଲା ରୁଜୁ କରିଛି। ପଶ୍ଚିମବଙ୍ଗର ପୂର୍ବ ମେଦିନିପୁର ଜିଲ୍ଲାର କାନ୍ଥି ମ୍ୟୁନିସିପାଲିଟି ଅଫିସ୍ ପରିସରରୁ ସେମାନେ ରିଲିଫ୍ ସାମଗ୍ରୀ ଚୋରି କରିଥିବା ଅଭିଯୋଗ ହୋଇଛନ୍ତି।

କାନ୍ଥି ମ୍ୟୁନିସିପାଲ ଆଡ୍‌ମିନିଷ୍ଟ୍ରେଟିଭ୍ ବୋର୍ଡର ସଦସ୍ୟ ରତନଦୀପ ମନ୍ନାଙ୍କ ଅଭିଯୋଗ କ୍ରମେ ପୁଲିସ୍ ଶୁଭେନ୍ଦୁ ଅଧିକାରୀ ଓ ତାଙ୍କ ଭାଇଙ୍କ ବିରୋଧରେ ମାମଲା ରୁଜୁ କରିଛି।

ରତନଦୀପ ଅଭିଯୋଗ କରିଛନ୍ତି ଯେ ଗତ ମେ’ ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ଶୁଭେନ୍ଦୁ ଅଧିକାରୀ ଓ ତାଙ୍କ ଭାଇ ତଥା କାନ୍ଥି ମ୍ୟୁନିସିପାଲିଟିର ପୂର୍ବତନ ଅଧ୍ୟକ୍ଷ ସୌମେନ୍ଦୁ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ମ୍ୟୁନିସିପାଲିଟି ଅଫିସ୍‌ର ଗୋଦାମ ଘରୁ ଲକ୍ଷ ଲକ୍ଷ ଟଙ୍କାର ତାରପଲିନ୍ ଜୋରଜବରଦସ୍ତି ନିଆଯାଇଛି। ବେଆଇନ୍ ଭାବେ ଗୋଦାମ ଘର ତାଲା ଖୋଲା ଯାଇ ସେହି ତାରପଲନି ଗୁଡ଼ିକୁ ନିଆଯାଇଛି।

ଅଭିଯୋଗକାରୀ କହିଛନ୍ତି ଯେ ଶୁଭେନ୍ଦୁ ଅଧିକାରୀଙ୍କ ସୁରକ୍ଷାରେ ନିୟୋଜିତ କେନ୍ଦ୍ରୀୟ ସଶସ୍ତ୍ର ବଳର ସୁରକ୍ଷାକର୍ମୀଙ୍କୁ ମଧ୍ୟ ଏହି ଚୋରିରେ ବ୍ୟବହାର କରାଯାଇଥିଲା।

ଶୁଭେନ୍ଦୁ ଅଧିକାରୀଙ୍କ ଜଣେ ଘନିଷ୍ଠ ସହଯୋଗୀ ରାଖଲ ବେରା ଏକ ଠକେଇ ମାମଲାରେ କୋଲକାତା ପୁଲିସ୍ ଦ୍ୱାରା ଗିରଫ ହେବାର ଗୋଟିଏ ଦିନ ପରେ ଏହି ମାମଲା ସାମ୍ନାକୁ ଆସିଛି। ତେବେ ଏ ଘଟଣା ନେଇ ଶୁଭେନ୍ଦୁ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ଥିବା ଶୁଭେନ୍ଦୁ ଅଧିକାରୀ ଗତବର୍ଷ ଡିସେମ୍ବରରେ ବିଜେପିରେ ଯୋଗ ଦେଇଥିଲେ। ସେ ଏବେ ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ଅଛନ୍ତି। ନିକଟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ସେ ନନ୍ଦିଗ୍ରାମ ଆସନରେ ମମତା ବାନାର୍ଜୀଙ୍କୁ ପ୍ରାୟ ୧୨ଶହ ଭୋଟରେ ହରାଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top