Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବିଜେପୁରରେ ୨୦ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜେପୁର ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଆଜି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରପାଲି ଯାଇ ସେଠାରେ ୨୦ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ବିଜେପୁରବାସୀଙ୍କୁ ବିଜେଡି ଦେଇଥିବା ପ୍ରତିଶ୍ରୁତିକୁ ପାଳନ କରିବା ପାଇଁ ବଦ୍ଧପରିକର ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ବରପାଲିରେ ଆୟୋଜିତ ଏକ ସାଧାରଣ ସଭା ଓ ‘ଜୁହାର ବିଜେପୁର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଭୋଟରଙ୍କୁ କୃତଜ୍ଞତା ଜଣାଇଛନ୍ତି । ସେ ଏହି ଅବସରରେ ବିଜେପୁର ନିର୍ବାଚନମଣ୍ଡଳୀ ପାଇଁ ୨୦ଟି ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଉପନିର୍ବାଚନବେଳେ ବିଜେପୁରବାସୀଙ୍କୁ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତିକୁ ପାଳନ କରାଯିବ ବୋଲି କହିଛନ୍ତି । ସେ ନିଜେ ବ୍ୟକ୍ତିଗତ ଭାବେ ପ୍ରତ୍ୟେକ ପ୍ରକଳ୍ପର ସମୀକ୍ଷା କରିବେ ଓ ଆଜିଠାରୁ ଏହି କାର୍ଯ୍ୟ ଆରମ୍ଭ ହେଲା । ବିଜେପୁରର ବିକାଶ କାର୍ଯ୍ୟ ସେ ନିଜେ ତଦାରଖ କରିବେ ବୋଲି ଦେଇଥିବା ପ୍ରତିଶ୍ରୁତିକୁ ପାଳନ କରିବେ । ଅଗଷ୍ଟ ୧୫ତାରିଖ ସୁଦ୍ଧା ବିଜେପୁର ନିର୍ବାଚନମଣ୍ଡଳୀର ସମସ୍ତ ଗାଁକୁ ବିଦ୍ୟୁତ ସଂଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଝାରସୁଗୁଡ଼ାରେ ଆଜି ବିଜୁ ଏକ୍ସପ୍ରେସ ୱେର ଶୁଭାରମ୍ଭ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top