Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିମାନ ବନ୍ଦରରେ ଥର୍ମାଲ ସ୍କ୍ରିନିଂ ଓ ରେଜିଷ୍ଟ୍ରେସନ ବାଧ୍ୟତାମୂଳକ

ଭୁବନେଶ୍ୱର(ଓଡ଼ିଶା ୱେୟାର):ପଡ଼ୋଶୀ ରାଜ୍ୟଗୁଡ଼ିକରେ କୋଭିଡ-୧୯ ସଂକ୍ରମଣ ମାମଲା ବୃଦ୍ଧି ପାଇବାପରେ ଆଜିଠୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଅବତରଣ କରୁଥିବା ସମସ୍ତ ଯାତ୍ରୀଙ୍କ ଥର୍ମାଲ ସ୍କ୍ରିନିଂ ଓ ରେଜିଷ୍ଟ୍ରେସନ ବାଧ୍ୟତାମୂଳକ କରାଯାଇଛି ।
ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଜେନାଲ ଡେପୁଟି କମିଶନର ଅଂଶୁମାନ ରଥ କହିଛନ୍ତି ଯେ, ପଡ଼ୋଶୀ ରାଜ୍ୟରୁ ଆସୁଥିବା ସମସ୍ତ ଯାତ୍ରୀଙ୍କର ବିମାନ ବନ୍ଦରରେ ଥର୍ମାଲ ସ୍କ୍ରିନିଂ ଓ ରେଜିଷ୍ଟ୍ରେସନକୁ ଆଜିଠୁ ବାଧ୍ୟତାମୂଳକ କରାଯାଇଛି । ଯେଉଁ ଯାତ୍ରୀଙ୍କର ଶରୀରରେ କୌଣସି ଲକ୍ଷଣ ଦେଖାଯିବ ସେମାନଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି । ଯଦି କୌଣସି ଯାତ୍ରୀ କୋଭିଡ୍ ପଜେଟିଭ୍ ଥିବା ଜଣାପଡ଼େ ତା’ହେଲେ ସମ୍ପୃକ୍ତ ଯାତ୍ରୀଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯିବ । ବିମାନ ବନ୍ଦରରେ ଅବତରଣ କରୁଥିବା ସମସ୍ତ ଯାତ୍ରୀଙ୍କର ଠିକଣା ଓ ଯୋଗାଯୋଗ ନମ୍ବରକୁ ବିଏମସି ସଂଗ୍ରହ କରିବ । ପ୍ରତିଦିନ ସକାଳ ୭ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଯାତ୍ରୀମାନଙ୍କର ସ୍କ୍ରିନିଂ ଓ ରେଜିଷ୍ଟ୍ରେସନ ହେବ । ରେଳଷ୍ଟେସନରେ ମଧ୍ୟ ଅନୁରୂପ ପ୍ରକ୍ରିୟା କାର୍ଯ୍ୟକାରୀ ନିମନ୍ତେ ବିଏମସି ପଦକ୍ଷେପ ନେବ ବୋଲି ଶ୍ରୀ ରଥ କହିଛନ୍ତି ।
ଅନ୍ୟପକ୍ଷରେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ କହିଛନ୍ତି ଯେ, ଭୁବନେଶ୍ୱରରେ ଦୀର୍ଘଦିନ ପରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଥିଲା । ମଙ୍ଗଳବାର ସଂକ୍ରମିତଙ୍କ ସଂଖ୍ୟା ଦୁଇଅଙ୍କ ବିଶିଷ୍ଟ ଥିଲା । ତେବେ ଏହାକୁ ନେଇ ଚିନ୍ତା କରିବାର କିଛି ନାହିଁ । ରାଜ୍ୟରେ ଦ୍ୱିତୀୟ ପ୍ରବାହ ଆଶଙ୍କା ଦୂର ହୋଇଛି । ଏବେ ଅନେକ ଟୀକା ନେଲେଣି, ତଥାପି ଅବହେଳା କରିବା ଅନୁଚିତ୍ । ୨୪ଘଣ୍ଟିଆ ଟୀକାକରଣ ସଂକ୍ରାନ୍ତରେ କୌଣସି ନିର୍ଦ୍ଦେଶନାମା ଆସିନାହିଁ ।
ସୂଚନାଯୋଗ୍ୟ, ବୁଧବାର ସମଗ୍ର ରାଜ୍ୟରେ ୯୭ଟି ନୂଆ ସଂକ୍ରମିତ ମାମଲା ଚିହ୍ନଟ ହୋଇଛି । ଏଥିରେ ୪୯ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୩୨ଜଣ ସ୍ଥାନୀୟ ସଂକ୍ରମଣ ମାମଲା । ସମ୍ବଲପୁରରେ ସର୍ବାଧିକ ୧୫ଜଣ କରୋନା ପଜେଟିଭ ଚିହ୍ନଟ ହୋଇଥିବାବେଳେ ବରଗଡ଼ରେ ୭ ଓ ମୟୂରଭଞ୍ଜରେ ୮ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ୬ଜଣ ନୂଆ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top