ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି । ଗୁରୁବାର ସକାଳେ ଶ୍ରୀମନ୍ଦିରର ୪ ଦ୍ବାରା ଖୋଲାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମଙ୍ଗଳ ଆଳତୀ ପରେ ସେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି।
ଚାରି ଦ୍ବାରା ଖୋଲିବା ଦ୍ବାରା ବିନା ବାଧାରେ ଶ୍ରୀମନ୍ଦିର ଯାଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପୁରୀ ସାଂସଦ ସମ୍ବିତ ପାତ୍ର, ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଏବଂ ଦଳର ଅନ୍ୟ ମନ୍ତ୍ରୀ ତଥା ନେତାମାନେ ମଧ୍ୟ ଉପସ୍ଥିତ ଅଛନ୍ତି। ଦର୍ଶନ ପରେ ସେ ଶ୍ରୀମନ୍ଦିର ଚାରିପାଖ ପରିକ୍ରମା କରିଛନ୍ତି। ଏଥିସହ ଶ୍ରୀମନ୍ଦିର ଚତୁର୍ପାର୍ଶ୍ବର ସ୍ଥିତି ମଧ୍ୟ ପରଖିଛନ୍ତି।


