Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭିଜିଲାନ୍ସ ଜାଲରେ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ସାହୁ

ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସଙ୍କ ରେଡ୍। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଏକା କାଳୀନ ୧୦ଗୋଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି ।କୈଳାଶଙ୍କ ପୈତୃକ ଘର ସହିତ ଭୁବନେଶ୍ୱର, ପୁରୀ, କଟକ ସମେତ ତାଙ୍କର ପ୍ଲଟ, ଫ୍ଲାଟ ଏବଂ ୩ମହଲା କୋଠାରେ ଚଢ଼ାଉ କରାଯାଇଥିବା ସୂଚନା। ଏହି ଚଢ଼ାଉ ରେ ଜଣେ ଏସ୍ପି, ୪ଜଣ ଡିଏସ୍ପି , ୭ଜଣ ଇନସ୍ପେକ୍ଟର ଏବଂ ୭ଜଣ ଏଏସଆଇ ଥିବା ସୂଚନା ମିଳିଛି।କୈଳାସ ଚନ୍ଦ୍ର ସାହୁ କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ଦାୟୀତ୍ଵରେ ବହୁ ଦିନ ଧରି ରହି ଆସୁଥିବା ବେଳେ ତାଙ୍କ ନାମରେ ବିଭିନ୍ନ ସମୟରେ ଦୁର୍ନତୀର ଅନେକ ଅଭିଯୋଗ ହୋଇ ଆସୁଥିଲା ।

ଠିକା କାମରେ ଦୁର୍ନୀତି କରୁଥିବାନେଇ ତାଙ୍କ ନାମରେ ଅନେକ ଅଭିଯୋଗ ହୋଇଥିଲା । ତାଙ୍କର ଓଡ଼ିଶାର ୧୦ଟି ସ୍ଥାନରେ ଚଢାଉ ଚାଲିଛି । ବର୍ତ୍ତମାନ ଯାଏ ୩୬ଟି ଜାଗା , ୩ଟି ପ୍ଲାଟ ଓ ଯାଜପୁର ର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି । ଏହା ସହିତ କେନ୍ଦୁଝର ଅଫିସ , ସରକାରୀ ବାସଭବନ , ଯାଜପୁର ର କୋରେଇ ଓ ବ୍ୟାସନଗର , ଭୁବନେଶ୍ଵର , କଟକ ଓ ପୁରୀର ୧୦ଟି ଜାଗାରେ ଏକ କାଳିନ ଚଢାଉ ଚାଲିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top