Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭିଜିଲାନ୍ସ ଜାଲରେ ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁ

ଭିଜିଲାନ୍ସ ଜାଲରେ ଫସିଲେ ପୁଣି ଏକ ସରକାରୀ ବାବୁ ।ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ତରଫରୁ ଚଢ଼ାଉ କରିଛି। ଏକ କାଳୀନ ଆଠ ଗୋଟି ଟିମ ଭଞ୍ଜନଗର ବାଗଦେବୀ ରୋଡ ସ୍ଥିତ ବାସ ଭବନ ସହ ଅନେକ ଗୁଡିଏ କୋଠାରେ ଚଢ଼ାଉ କରିଛନ୍ତି। ଆଜିର ଚଢ଼ାଉ ବେଳେ ସିଭିଲ ଇଂଜିନିୟରଙ୍କ କୋଠା ସଉକ ଦେଖି ତାଜୁବ୍‌ ହୋଇଯାଇଥିଲେ ଭିଜିଲାନ୍ସ ।

ଏ ପର୍ଯ୍ୟନ୍ତ ଯନ୍ତ୍ରୀଙ୍କ ୬ଟି ବିରାଳ କୋଠା ଠାବ କଲାଣି ଭିଜିଲାନ୍ସ ଟିମ୍‌ । ୨ଟି ୪ ମହଲା, ୨ଟି ୩ ମହଲା ଓ ୨ଟି ୨ ମହଲା କୋଠା ଠାବ ହୋଇଛି । ବ୍ରହ୍ମପୁର ତୁଳସୀନଗରରେ ୪ ମହଲା କୋଠା ଯାହାର ମୂଲ୍ୟ ୨.୪ କୋଟିରୁ ଅଧିକ । ସେହିଭଳି ଭଂଜନଗର ବାଗ୍‌ଦେବୀ ରୋଡ୍‌ରେ ୬ ହଜାର ବର୍ଗଫୁଟର ୪ ମହଲା କୋଠା, ଆଉ ଏକ ୩ ମହଲା କୋଠା, ଭଂଜନଗରରେ ୨୫୦୦ ବର୍ଗଫୁଟର ଆଉ ଏକ ୩ ମହଲା କୋଠା ରହିଥିବା ବେଳେ ଭଂଜନଗର ୬ ନମ୍ବର ୱାର୍ଡରେ ଗୋଟିଏ, ଲୁଡୁଲୁଡିରେ ଗୋଟିଏ ୨ ମହଲା କୋଠା ଜବତ ହୋଇଛି । ଏହା ସହ ଭଂଜନଗରରେ ୪ଟି ଏବଂ ବ୍ରହ୍ମପୁରରେ ଗୋଟିଏ ଘରଯୋଗ୍ୟ ପ୍ଲଟ ଠାବ କରିଛି ଭିଜିଲାନ୍ସ । ଏଥିସହିତ ଭଞ୍ଜନଗରରେ ଥିବା ଜଳସେଚନ ବିଭାଗ କାର୍ଯ୍ୟଳୟରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ ଚାଲିଛି ଏବଂ ଟିମ ହାତରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ହସ୍ତଗତ ହୋଇଛି।

ଦୀର୍ଘ ଦିନ ଧରି ପ୍ରସନ୍ନ ସ୍ବାଇଁ ଭଞ୍ଜନଗର ଜଳସମ୍ପଦ ବିଭାଗରେ ସହକାରୀ ଯନ୍ତ୍ରୀ ଭାବେ କାର୍ଯ୍ୟ କରିବା ସହ କିଛି ଗୁରୁତ୍ଵପୂର୍ଣ୍ଣ ବିଭାଗରେ ଅତିରିକୁ ଦାୟିତ୍ଵ ତୁଲାଇ ଆସିଛନ୍ତି । ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତି ଜବତ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଏହି ଚଢାଉ ସମୟରେ ୭ ଜଣ ଡ଼ିଏସପି, ୫ଜଣ ଇନ୍ସପେକ୍ଟର ଓ ଅନ୍ୟ ସହଯୋଗୀ ମାନେ ସାମିଲ ହୋଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top