Latest

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ

Posted on

ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଉପରାଜ୍ୟପାଳଙ୍କୁ ନିଜର ଇସ୍ତଫାପତ୍ର ଦେବା ସହ ଆପ ନେତ୍ରୀ ଆତିଶୀ ମାର୍ଲେନାଙ୍କୁ ବିଧାୟକଙ୍କ ସମର୍ଥନ ସଂପର୍କିତ ପତ୍ର ବି କେଜ୍ରିଓ୍ବାଲ ପ୍ରଦାନ କରିଛନ୍ତି । ଏହି ସମୟରେ ଆତିଶୀ, ସୌରଭ ଭରଦ୍ୱାଜ ଓ ଗୋପାଳ ରାୟ ପ୍ରମୁଖ ଉପସ୍ଥିତ ରହିଥିଲେ।

କେଜ୍ରିୱାଲ ଇସ୍ତଫା ଦେଇଥିବାରୁ ଖୁବଶୀଘ୍ର ସେ ରହୁଥିବା ସିଭିଲ୍‌ ଲାଇନ୍ସ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବଙ୍ଗଳା ମଧ୍ୟ ଖାଲି କରିବେ।କେଜ୍ରିୱାଲ ଇସ୍ତଫା ଦେବା ପରେ ଏବେ ଆପର ଅନ୍ୟତମ ବରିଷ୍ଠ ନେତା ଆତିଶୀ ମାର୍ଲେନା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବେ। ଆଜି ଆପ୍ ବିଧାୟକ ଦଳ ବୈଠକରେ ଆତିଶୀଙ୍କ ନାଁରେ ମୋହର ବାଜିଥିଲା । ସର୍ବ ସମ୍ମତିକ୍ରମେ ଅତିଶୀଙ୍କୁ ମୁଖ୍ୟମନ୍ତ୍ରୀ ବାଛିଥିଲେ ବିଧାୟକ । ତେବେ ଏବ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି ଆତିଶୀ ।

Leave a Reply

Your email address will not be published. Required fields are marked *

Most Popular

Exit mobile version