Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା; ନ୍ୟାୟିକ ତଦନ୍ତ ଦାବିକଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏଭଳି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଓ ନ୍ୟାୟ ଦାବି କରିଛନ୍ତି। ଏଭଳି ଏକ ଘଟଣାରେ ରାଜ୍ୟପାଳଙ୍କ ପୁଅର ସମ୍ପୃକ୍ତି ପ୍ରସଙ୍ଗ ମଧ୍ୟ ଉଠାଇଥିଲେ। ରାଜ୍ୟ ସରକାରଙ୍କୁ ଅପାରଗ ମଧ୍ୟ କହିଛନ୍ତି।ଶ୍ରୀ ପଟ୍ଟନାୟକ ଆହୁରି କହିଛନ୍ତଗି, ଭରତପୁର ଥାନାରେ ଜଣେ ଆର୍ମି ମେଜର ଓ ଜଣେ ମହିଳାଙ୍କ ସହ ଯେଉଁଭଳି ବ୍ୟବହାର କରାଯାଇଛି ତାହା ଆଶ୍ଚର୍ଯ୍ୟଜନକ।

ପୋଲିସ ସେମାନଙ୍କ ସହ ଯେଉଁଭଳି ବ୍ୟବହାର କରିଛି ତାହା ଅତ୍ୟନ୍ତ ଦୁଃଖଦାୟକ। ବିଜେଡି ଏହାକୁ ଦୃଢ଼ ନିନ୍ଦା କରିବା ସହ ଏଥିରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ ବିଜେପି ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଆଶା କରୁଛି।ବିଜେଡି ସରକାର ସମୟରେ ମୋ ସରକାର ବ୍ୟବସ୍ଥା ଥିଲା ଯେଉଁଥିରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ନାଗରିକମାନଙ୍କୁ ଡାକି ଥାନା ଓ ଡାକ୍ତରଖାନା ସମେତ ସରକାରୀ କାର୍ଯ୍ୟାଳୟ ପରିଦର୍ଶନ, ସେମାନଙ୍କୁ ସମ୍ମାନଜନକ ଏବଂ ବୃତ୍ତିଗତ ଆଚରଣ ସହିତ ବ୍ୟବହାର କରାଯାଇଛି କି ନାହିଁ ସେ ବିଷୟରେ ମତାମତ ନେଉଥିଲେ ।

ହେଲେ ବିଜେପି ସରକାର ତୁରନ୍ତ ମୋ ସରକାରଙ୍କ ଜନହିତକର ପଦକ୍ଷେପକୁ ବନ୍ଦ କରିଦେଇଛନ୍ତି, ଏବେ ତାର ପରିଣାମ ଦେଖିବାକୁ ମିଳୁଛି ।ଆକ୍ରମଣ ଘଟାଣାର ରାଜ୍ୟପାଳଙ୍କ ପୁଅ ବିରୋଧରେ ବିଜେପି ସରକାର କାର୍ଯ୍ୟାନୁଷ୍ଠାନ ନେବାକୁ ମନା କରିଦେଇଥିଲେ। ରାଜ୍ୟପାଳଙ୍କ ପୁଅ ବିରୋଧରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ମୁଁ ଏବେ ବି ଅନୁରୋଧ କରୁଛି। ଜଣେ ସେନା ମେଜର ଏବଂ ମହିଳାଙ୍କ ବିରୋଧରେ ଏହି ଗମ୍ଭୀର ଘଟଣାର ନ୍ୟାୟିକ ତଦନ୍ତ ଏବଂ ଅଦାଲତଙ୍କ ତତ୍ତ୍ୱାବଧାନରେ ଏସଆଇଟି ତଦନ୍ତ କରିବାକୁ ମୁଁ ଦାବି କରୁଛି ବୋଲି କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top