Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମୋଦିଙ୍କୁୂ ପ୍ରଶଂସା କଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ୱେୟାର):
ସରକାର କୋଭିଡ୍ ଟିକା ଦେବେ ବୋଲି ଘୋଷଣା କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ଆସନ୍ତା ଜୁନ ୨୧ରୁ ରାଜ୍ୟଗୁଡ଼ିକୁ ମାଗଣା ଟିକା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରି କୋଭିଡ୍ ଟିକାକରଣକୁ ଏକ ଜାତୀୟ ମିଶନ କରିଥିବାରୁ ଧନ୍ୟବାଦ ଦେଇଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ପ୍ରତ୍ୟେକ ଜୀବନ ହେଉଛି ମୂଲ୍ୟବାନ। ସମସ୍ତଙ୍କର ଟିକାକରଣ ନହେବା ପର‌୍ୟ୍ୟନ୍ତ କେହି ନିରାପଦ ନୁହଁନ୍ତି। କୋଭିଡ୍‌-୧୯ ମହାମାରୀ ବିରୁଦ୍ଧରେ ଲଢ଼େଇରେ ଦେଶ ପାଇଁ ଆମେ ସମସ୍ତେ ଏକଜୁଟ ହୋଇଛେ ବୋଲି କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣାକୁ ୨ଘଣ୍ଟା ନପୁୁରୁଣୁ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶଂସାକୁ ବେଶ୍ ଗୁରୁତ୍ୱ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗତ ସପ୍ତାହରେ ଦେଶର ସମସ୍ତଙ୍କୁ ଟିକାକରଣ ପାଇଁ କେନ୍ଦ୍ର ସରକାର ନିଜେ ଟିକା କ୍ରୟ କରନ୍ତୁ ବୋଲି ଦାବି କରି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଚିଠି ଲେଖି ସହଯୋଗ ଲୋଡ଼ିଥିଲେ।

କେରଳ ମୁଖ୍ୟମନ୍ତ୍ରୀ ପିନରାୟି ବିଜୟନ୍ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସମେତ ରାଜସ୍ଥାନ ସରକାର ମଧ୍ୟ କେନ୍ଦ୍ର ସରକାର ଟିକା କିଣି ରାଜ୍ୟଗୁଡ଼ିକୁ ଦିଅନ୍ତୁ ବୋଲି ଦାବି କରିଥିଲେ। ଏପରିକି ଓଡ଼ିଶା ସରକାର ମଧ୍ୟ ରାଜ୍ୟ ପାଇଁ ଆବଶ୍ୟକ ହେଉଥିବା ଟିକା କ୍ରୟ ବାବଦ ଅର୍ଥ ଦେବାକୁ ପ୍ରସ୍ତୁତ ଥିବା କହିଥିଲେ। ଅବଶ୍ୟ ଏବେ କେନ୍ଦ୍ର ସରକାର ନିଜ ଆଡ଼ୁ ସମସ୍ତଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା କରିଥିବାରୁ ରାଜ୍ୟଗୁଡ଼ିକ ଉପରେ ଆର୍ଥିକ ବୋଝ ହ୍ରାସ ପାଇବ ଓ ଟିକାକରଣ କାର‌୍ୟ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି ଆଶା କରାଯାଉଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top