Latest
ରଥଯାତ୍ରାରେ ହେବ ପ୍ରବଳ ବର୍ଷା
ବର୍ଷାରେ ଭିଜିବେ ମହାପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡଘଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାନ୍ତିଙ୍କ ସୂଚନାନୁସାରେ, ଶନିବାର ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ରବିବାର କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗ ଗଜପତି, ରାୟଗଡା ଓ କଳାହାଣ୍ଡି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୮ ତାରିଖ ଅର୍ଥାତ ମୟୂରଭଞ୍ଜ,କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଝାରସୁଗୁଡା ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।