Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆଇନ ସୁରକ୍ଷା ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ରାଜ୍ୟ ଅତିଥ୍ ଭବନରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ଏଡିଜି ଆଇନ ଶୃଙ୍ଖଳା ସଞ୍ଜୟ କୁମାର ସାମିଲ ଥିଲେ। ଗୁଇନ୍ଦା ନିର୍ଦେଶକ, ଗୁଇନ୍ଦା ଆଇଜି ଓ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ । ବିଭିନ୍ନ ଜିଲ୍ଲାର ଏସପି ମାନେ ମଧ୍ୟ ବୈଠକରେ ସାମିଲ ହୋଇଥିଲେ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଠିକ୍ ସେହିପରି ଲୋକେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ସତର୍କ ରହିବାକୁ ତାଗିଦ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପୁଲିସ ଲୋକଙ୍କୁ ଭଲ ପାଇଲେ, ପୁଲିସର ବିଶ୍ବସନୀୟତା ବଢ଼ିବ। ଏଣୁ ଥାନାକୁ ଅଭିଯୋଗ କରିବାକୁ ଆସୁଥିବା ଲୋକଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିବାକୁ ପୁଲିସ କର୍ମଚାରୀଙ୍କୁ କହିଛନ୍ତି। ଆଗ ଭଳି ଆଉ ପୁଲିସ ବ୍ୟବସ୍ଥା ଚାଲିବ ନାହିଁ ବୋଲି ବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରିଷ୍ଠ ଅଧିକାରୀମ‌ାନଙ୍କୁ ରୋକଠୋକ୍ ଶୁଣାଇଛନ୍ତି। ନିଜର ଅସ୍ଥାୟୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଲିସ ଡିଜିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି।

ଆଉମଧ୍ୟ ରାଜ୍ୟରେ କିଭଳି ଆଇନ ଶୃଙ୍ଖଳା, ସୁରକ୍ଷା, ସ୍ନାନ ପୂର୍ଣ୍ଣିମା, ଇତ୍ୟାଦି ସମ୍ପର୍କରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ସେହିପରି ମାଓ ମୁକାବିଲା, ପୋଲିସକୁ ଅଧିକ ଲୋକାଭିମୁଖୀ କରିବା, ମହିଳାଙ୍କ ବିରୋଧରେ ହେଉଥିବା ଅପରାଧ, ସାଧାରଣ ଲୋକଙ୍କୁ ତୁରନ୍ତ ନ୍ୟାୟ ଦେବା ନେଇ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟପଟେ, ବୈଠକ ପରେ ପୋଲିସ ଡିଜି କହିଛନ୍ତି ରାଜ୍ୟରେ ପୋଲିସର ସ୍ଥିତି, ଆଇନ ଶୃଙ୍ଖଳାବାବଦରେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରାଯାଇଛି । ଏହାସହ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ବାବଦରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକରେ ଏକାଧିକ ପ୍ରସଙ୍ଗରେ ଆଲୋଚନା ହୋଇଛି ଏହା ସହ ଆସନ୍ତା ଜୁଲାଇରୁ କାର୍ୟ୍ୟକାରୀ ହେବାକୁ ଥିବା ଦେଶର ତିନୋଟି ଗୁରୁତ୍ୱପୂର୍ଣ୍ଣ ଆଇନ ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ପୋଲିସ ଡିଜି । ଏତଲା ଦେବାକୁ ଥାନାକୁ ଆସୁଥିବା ଯେକୌଣସି ବ୍ୟକ୍ତି ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନହୁଅନ୍ତି ସେଥିପ୍ରାତି ଧ୍ୟାନ ଦେଦବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top