Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆଜି ୫୮୯୬ କରୋନା ଆକ୍ରାନ୍ତ ଚିହ୍ନଟ, ଜୀବନ ଗଲା ୪୫

ଭୁବନେଶ୍ୱର(ଓଡ଼ିଶା ୱେୟାର):ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଏହା ୬ ହଜାର ତଳକୁ ଖସି ଆସିଛି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ ଆଉ ୪୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୩୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୬୪ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫୩ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁରରୁ ୪୧୩ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୩୮୫, ବାଲେଶ୍ୱରରୁ ୩୭୩, ଭଦ୍ରକରୁ ୩୭୦, କଟକରୁ ୩୪୯ ଓ ଢେଙ୍କାନାଳରୁ ୩୦୬ ଜଣ ଚିହ୍ନଟ ହୋଇଛନ୍ତି।

ବରଗଡ଼ ଜିଲ୍ଲାରୁ ୯୯ ଜଣ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ୭୭, ବୌଦ୍ଧରୁ ୭୩, ଦେବଗଡ଼ରୁ ୨୨, ଗଜପତିରୁ ୪୪, ଗଞ୍ଜାମରୁ ୩୫, ଜଗତସିଂହପୁରରୁ ୨୩୨, ଝାରସୁଗୁଡ଼ାରୁ ୫୪, କଳାହାଣ୍ଡିରୁ ୫୩, କନ୍ଧମାଳରୁ ୬୫, କେନ୍ଦ୍ରାପଡ଼ାରୁ ୨୩୫, କେନ୍ଦୁଝରରୁ ୧୩୦, କୋରାପୁଟରୁ ୧୨୯, ମାଲକାନଗିରିରୁ ୧୧୬, ମୟୂରଭଞ୍ଜରୁ ୨୬୧, ନବରଙ୍ଗପୁରରୁ ୧୭୪, ନୟାଗଡ଼ରୁ ୧୭୭, ନୂଆପଡ଼ାରୁ ୩୭, ପୁରୀରୁ ୨୪୧, ରାୟଗଡ଼ାରୁ ୧୬୬, ସମ୍ବଲପୁରରୁ ୯୨, ସୋନପୁରରୁ ୭୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୧୪୫ ଜଣ ଚିହ୍ନଟ ହୋଇଛନ୍ତି।

୫୮୯୬ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୨୫ ହଜାର ୧୧୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୪୭ ହଜାର ୮୦୫ ଜଣ ସୁସ୍ଥ ହୋଇସାରିଛନ୍ତି। ୭୪ ହଜାର ୧୭୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଆଉ ୪୫ ଜଣଙ୍କ ଜୀବନ ଯିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top