Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆଜି ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ଜୀବନ ଗଲା ୪୧

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ କମି ଚାଲିଛି ଦୈନିକ କରୋନା ସଂକ୍ରମଣ। ରବିବାର ଆସିଥିବା ରିପୋର୍ଟରେ ୭୦୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଦର୍ଶାଯାଇଥିବା ବେଳେ ସୋମବାର (ଆଜି) ଆସିଥିବା ରିପୋର୍ଟରେ ଏହି ସଂଖ୍ୟା ଢେର୍ କମିଛି। ସଦ୍ୟ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ଅତିକ୍ରମ କରିଯାଇଛି।

୬୧୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୫୩ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୬୫ଟି ହେଉଛି ଲୋକାଲ୍ କେସ୍‌। କଟକ ଜିଲ୍ଲାରୁ ସର୍ବାଧିକ ୬୪୦ ଜଣ ଚିହ୍ନଟ ହୋଇଥିବା ବେଳେ ପୂର୍ବ ଦିନଗୁଡ଼ିକ ତୁଳନାରେ ଖୋର୍ଦ୍ଧା ଜିଲ୍ଲାରେ ଏହି ସଂଖ୍ୟା ବହୁତ କମ୍ ରହିଛି। ଏହି ଜିଲ୍ଲାରୁ ମାତ୍ର ୪୯୫ ଜଣ ନୂଆ ପଜିଟିଜ୍ ଚିହ୍ନଟ ହୋଇଛନ୍ତି।

ଯାଜପୁର ଜିଲ୍ଲାରୁ ୫୬୩ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୪୧୬, ବାଲେଶ୍ୱରରୁ ୧୯୫, ବରଗଡ଼ରୁ ୧୬୪, ଭଦ୍ରକରୁ ୨୨୮, ବଲାଙ୍ଗିରରୁ ୮୩, ବୌଦ୍ଧରୁ ୧୧୨, ଦେବଗଡ଼ରୁ ୨୯, ଢେଙ୍କାନାଳରୁ ୧୨୩, ଗଜପତିରୁ ୩୦, ଗଞ୍ଜାମରୁ ୯୩, ଜଗତସିଂହପୁରରୁ ୨୧୮, ଝାରସୁଗୁଡ଼ାରୁ ୮୬, କଳାହାଣ୍ଡିରୁ ୮୦, କନ୍ଧମାଳରୁ ୧୪୩, କେନ୍ଦ୍ରାପଡ଼ାରୁ ୨୨୭, କେନ୍ଦୁଝରରୁ ୧୫୫, କୋରାପୁଟରୁ ୧୮୦, ମାଲକାନଗିରିରୁ ୧୦୭, ମୟୂରଭଞ୍ଜରୁ ୩୫୨, ନବରଙ୍ଗପୁରରୁ ୧୬୬, ନୟାଗଡ଼ରୁ ୧୬୧, ନୂଆପଡ଼ାରୁ ୩୬, ପୁରୀରୁ ୩୯୮, ରାୟଗଡ଼ାରୁ ୧୦୮, ସମ୍ବଲପୁରରୁ ୧୦୩, ସୋନପୁରରୁ ୫୨ ଓ ସୁନ୍ଦରଗଡ଼ରୁ ୨୭୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୧୦୩ ଜଣ ଚିହ୍ନଟ ହୋଇଛନ୍ତି।

୬୧୧୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୯ ହଜାର ୨୧୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୩୯ ହଜାର ୩୭୬ ଜଣ ସୁସ୍ଥ ହୋଇସାରିଛନ୍ତି। ୭୬ ହଜାର ୭୫୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୦ ଅତିକ୍ରମ କରି ଯାଇଛି। ଏହି ଜିଲ୍ଲାରେ ଏଯାବତ୍ ୫୦୧ ଜଣ କରୋନାରେ ପ୍ରାଣ ହରାଇସାରିଲେଣି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top