Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଲାଗୁ ହେଲା ପିଏମ୍-ଉଷା ଯୋଜନା

ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ରାଜ୍ୟରେ ନୂଆ ଶିକ୍ଷାନୁଷ୍ଠାନ ସ୍ଥାପନ କରିବା ଏବଂ ଉଚ୍ଚତର ଶିକ୍ଷାନୁଷ୍ଠାନ ଗୁଡିକର ସାମଗ୍ରିକ ଉନ୍ନତି କରିବା ଲକ୍ଷ୍ୟରେ ଏହି ଏମଓୟୁ ସ୍ୱାକ୍ଷରିତ ହୋଇଛି । ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି କରିବାରେ ‘ପିଏମ୍‌- ଉଷା’ ସହାୟକ ହେବା ସହ ପାଠ୍ୟକ୍ରମ ପ୍ରସ୍ତୁତି ଓ ଶିକ୍ଷକଙ୍କ ତାଲିମ ଉପରେ ଗୁରୁତ୍ୱ ଦିଆଯିବାର ଏହାର ଲକ୍ଷ୍ୟ। ଏଥିସହିତ ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ମଧ୍ୟ ଏହି ଅଭିଯାନ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆଉ ମଧ୍ଯ କହିଛନ୍ତି ବିଗତ ଦିନରେ ଶିକ୍ଷାକୁ ରାଜନୀତି ପରିଧିରେ ରଖାଯାଇଥିଲା। ସେହି ସଙ୍କୀର୍ଣ୍ଣ ମନୋଭାବ ହେତୁ ପିଏମ୍‍ ଉଷା କାର୍ଯ୍ୟକ୍ରମକୁ ଲାଗୁ କରାଯାଇପାରୁ ନଥିଲା। ଆଜି କିନ୍ତୁ ଏହି ରାଜନୀତିକରଣ ମନୋଭାବକୁ ସରକାର ଶିକ୍ଷା କ୍ଷାତ୍ରରୁ ବାହାର କରିଛନ୍ତି। ଛାତ୍ରଛାତ୍ରୀଙ୍କ ବୃହତ୍ତର ସ୍ୱାର୍ଥକୁ ରକ୍ଷା କରିବା ଲାଗି ସରକାର ଏହି କାର୍ଯ୍ୟକ୍ରମ କରିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ସେହିପରି ପିଏମ୍‌- ଉଷା ଅନୁଷ୍ଠିତ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନୂଆ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସମୟରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ ଦିଗରେ ପିଏମ-ଉଷା କେନ୍ଦ୍ର ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। କେନ୍ଦ୍ର ଓ ରାଜ୍ୟର ପାଣ୍ଠି ସହାୟତାରେ, ଗୁଣାତ୍ମକ ଶିକ୍ଷାଦାନ ଓ ଶିକ୍ଷଣ ପ୍ରକ୍ରିୟାର ବିକାଶ, ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡିକର ସ୍ୱୀକୃତି ଏବଂ ପ୍ରଯୁକ୍ତିବିଦ୍ୟା ଭିତ୍ତିକ ଡିଜିଟାଲ ଭିତ୍ତିଭୂମି ସୃଷ୍ଟି କରିବା ସହ ବହୁବିଭାଗୀୟ ପାଠ୍ୟକ୍ରମ ମାଧ୍ୟମରେ ନିଯୁକ୍ତି ବୃଦ୍ଧି କରିବା ଏହି ପଦକ୍ଷେପର ଲକ୍ଷ୍ୟ ରହିଛି ।

ସେ ଆଉ ମଧ୍ୟ କହିଛନ୍ତି ଓଡ଼ିଶାର ପୁଞ୍ଜି ହେଲା ବୌଦ୍ଧିକ କ୍ଷମତା ଏବଂ ମାନବ ସମ୍ବଳ । ଓଡ଼ିଶା ଜନସଂଖ୍ୟାର ଏକ ଚତୁର୍ଥାଂଶ ହେଉଛନ୍ତି ଛାତ୍ରଶକ୍ତି । ବୌଦ୍ଧିକ ଶକ୍ତିର ଅଧିକାରୀ ହେବା ଓଡ଼ିଆ ପିଲାଙ୍କ ଡିଏନଏରେ ଅଛି । ଏକବିଂଶ ଶତାବ୍ଦୀ ଜ୍ଞାନ ଆଧାରିତ ଅର୍ଥନୀତିର ମହାନ ଅବସର ଦେଉଥିବା ବେଳେ ଏହି ସମୟରେ ଓଡ଼ିଶାର ଏହି ୧ କୋଟି ଛାତ୍ରଶକ୍ତିଙ୍କୁ ବୈଶ୍ୱିକ ଦକ୍ଷତା ସହ ଯୋଡିବା ପାଇଁ ହେବ । ରାଜ୍ୟରେ ଶିକ୍ଷା ଭିତ୍ତିଭୂମିକୁ ମଜଭୂତ୍ କରିବା ପାଇଁ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗୀ ହେବେ । ଏକବିଂଶ ଶତାବ୍ଦୀରେ ଓଡ଼ିଶା ଯେପରି ବୈଶ୍ୱିକ ସ୍ତରରେ ନେତୃତ୍ୱ ନେବ, ଏହା ଆମର ସଂକଳ୍ପ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top