ଭୁବନେଶ୍ୱର : କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ମଧ୍ୟପ୍ରଦେଶରୁ ରାଜ୍ୟସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସଂଖ୍ୟା ଦୃଷ୍ଟିରୁ ଶ୍ରୀ ପ୍ରଧାନଙ୍କ ବିଜୟ ଏକପ୍ରକାର ସୁନିଶ୍ଚିତ ବୋଲି କୁହାଯାଉଛି । ପୂର୍ବରୁ ଶ୍ରୀ ପ୍ରଧାନ ବିହାରରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଏକମାତ୍ର ଓଡ଼ିଆ ଭାବେ ଅନ୍ୟ ରାଜ୍ୟରୁ କ୍ରମାଗତ ଦୁଇଥର ରାଜ୍ୟସଭାକୁ ନିର୍ବାଚିତ ହେବେ ବୋଲି ରାଜ୍ୟ ବିଜେପି ପକ୍ଷରୁ କୁହାଯାଇଛି ।


