Latest

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ ଗଣେଶୀ ଲାଲ୍

Posted on

ଭୁବନେଶ୍ୱର(ଓଡ଼ିଶା ୱେୟାର) : ଭୁବନେଶ୍ୱର ମହାତ୍ମା ଗାନ୍ଧି ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ରାଜ୍ୟପାଳ ଅଭିବାଦନ ମଧ୍ୟ ଗ୍ରହଣ କରିଛନ୍ତି। ଏଥିରେ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ପରେଡ ଆୟୋଜିତ ହୋଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୋଭିଡ କଟକଣା ଭିତରେ ଆୟୋଜିତ ଏହି ଉତ୍ସବର ସୋସିଆଲ ମିଡିଆରେ ସିଧାପ୍ରସାରଣ କରାଯାଇଛି।

ରାଜ୍ୟସ୍ତରୀୟ ପରେଡରେ ୧୦ଟି କଣ୍ଟିଜେଣ୍ଟ ଭାଗ ନେଇଛନ୍ତି। ପ୍ରଥମଥର ପାଇଁ ବିଏସ୍‌ଏଫ୍‌ ରାଜ୍ୟସ୍ତରୀୟ ପରେଡ୍‌ରେ ଅଂଶଗ୍ରହଣ କରିଛନ୍ତି। ତେବେ ପରେଡରେ କୌଣସି ଛାତ୍ରଛାତ୍ରୀ ଅଂଶଗ୍ରହଣ କରିନାହାନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ୭୩ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇବା ସହ ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ମନେ ପକାଇଛନ୍ତି।

ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version