Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟ ଭିଜିଲାନ୍ସ ପକ୍ଷରୁ ପାଳନ ହେଉଛି ଦୁର୍ନୀତି ନିବାରଣ ସପ୍ତାହ; ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଭିଜିଲାନ୍ସ ପକ୍ଷରୁ ପାଳନ ହେଉଛି ଦୁର୍ନୀତି ନିବାରଣ ସପ୍ତାହ। ଲୋକସେବା ଭବନରେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳନ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ ସରକାରୀ ଅଧିକାରୀମାନଙ୍କୁ ଦୁର୍ନୀତି ବିରୋଧରେ ଶପଥ ପାଠ କରାଇଛନ୍ତି ।

ଏହି ଅବସରରେ ୫ଟି ଦୁର୍ନୀତିକୁ ନେଇ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୫ଟିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ପୂର୍ବ ସରକାରରେ ୨୪ ବର୍ଷ ଧରି ଦୁର୍ନୀତି ଚାଲିଥିଲା । ପୂର୍ବରୁ ବିଭିନ୍ନ ପ୍ରକାର ଦୁର୍ନୀତି କରି ଅଧିକାରୀ ମାନେ ଅଚିନ୍ତାରେ ଥିଲେ । ଦୁର୍ନୀତି ଟଙ୍କାକୁ ନିଜ ବ୍ୟକ୍ତିଗତ କାମ ଓ ନିର୍ବାଚନରେ ଲଗାଉଥିଲେ । ସମସ୍ତଙ୍କର ତଦନ୍ତ କରାଯିବ । ୫ଟି ନାଁରେ ଅଧିକାରୀମାନେ ବ୍ୟାପକ ଟଙ୍କା ହେରଫେର କରିଛନ୍ତି । ଆଉ ଦୁର୍ନୀତିଖୋରଙ୍କୁ ଘଣ୍ଟ ଘୋଡ଼ାଯିବନି, ସମସ୍ତଙ୍କ ତଦନ୍ତ କରାଯିବ । ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ ।ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଉ ମଧ୍ୟ କହିଛନ୍ତି ବିଗତ ୪ ମାସ ମଧ୍ୟରେ ୬ ମୁଖ୍ୟ ଯନ୍ତ୍ରୀଙ୍କୁ ଗିରଫ କରାଯାଇ ଜେଲ ପଠାଇ ଦିଆଯାଇଛି । ଅନେକ ବଡ଼ବଡ଼ ଅଧିକାରୀ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। ଏବେ କେବଳ ଟ୍ରେଲର ଚାଲିଛି, ଆଗକୁ ବହୁତ କିଛି ବାକି ଅଛି ।

ଦୁର୍ନୀତି ଖୋର ଯେତେ ବଡ଼ ହୋଇଥିଲେ ବି ତାର ଦୁଇଟି ସ୍ଥାନ ରହିଛି । ଗୋଟିଏ ହେଉଛି ଜେଲ ଏବଂ ଆଉ ଗୋଟିଏ ହେଉଛି ବିଦେଶ । କିନ୍ତୁ ଭାରତ ସରକାରଙ୍କ ଆଇନ ବଳରେ ବିଦେଶରୁ ଆସି ଜେଲରେ ରହୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଓ ଦିଗ ଦର୍ଶନରେ ଅନୁପ୍ରାଣିତ ହୋଇ ରାଜ୍ୟ ସରକାର ମଧ୍ୟ ଏହାକୁ ମୁଖ୍ୟ ଅଂଶରୂପେ ଗ୍ରହଣ କରିଛନ୍ତି । ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହନଶୀଳତା ଗ୍ରହଣ କରାଯିବ । କୌଣସି ଅଧିକାରୀଙ୍କୁ ଘଣ୍ଟ ଘୋଡ଼ା ଯିବ ନାହିଁ । ଦୁର୍ନୀତି ଏକ ମଧୁମେହ ରୋଗ । ଯେଉଁ ସ୍ଥାନରେ କ୍ଷତ ହେଲେ ସେହି ସ୍ଥାନକୁ କାଟି ବାହାର କରି ଦିଆଯାଏ, ସେହିପରି ଯେଉଁଠି ଦୁର୍ନୀତି ହେବ ମଧୁମେହ ପରି ସମ୍ପୃକ୍ତ ସ୍ଥାନକୁ କାଟି ବାହାର କରି ଦିଆଯିବ ଅର୍ଥାତ୍ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରି ବାହାର କରି ଦିଆଯିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top