Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶରଧାବାଲିରେ ତିନିରଥ

ଆଜି ଆରମ୍ଭ ହୋଇଛି ନବଦିନାତ୍ମକଯାତ୍ରା। ଦୀର୍ଘ ୫୩ ବର୍ଷ ପରେ ବିରଳ ସଂଯୋଗ କ୍ରମେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡ଼ିଥିବାରୁ ଚଳିତ ବର୍ଷ ଦୁଇଦିନ ରଥଟଣା ହୋଇଛି। ଏନେଇ ଶ୍ରୀକ୍ଷେତ୍ର ଭକ୍ତମୟ ହୋଇପଡ଼ିଛି।ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ତିନିରଥ ରବିବାର ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଥିଲା। ତେବେ ସା ହୋଇଯିବାରୁ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ମରୀଚିକୋଟ ଛକ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ରାଜନଅର ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ କିଛିବାଟ ଗଡ଼ି ଶ୍ରୀମନ୍ଦିର ନିକଟରେ ଅଟକି ରହିଥିଲା। ସୋମବାର ସକାଳୁ ପୁଣି ଭକ୍ତଙ୍କ ଗହଣରେ ଆରମ୍ଭ ହୋଇଥିଲା ରଥଟଣା।

ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣାହୋଇ ଶରଧାବାଲିରେ ପହଞ୍ଚି ଥିଲା। ପଛେପଛେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଥିଲା। ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି।ଏହି ଅବସରରେ ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଉଠିଛି ଶ୍ରୀକ୍ଷେତ୍ର। ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top