Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶ୍ରୀମନ୍ଦିର ବାଇ-ଲ’ ପ୍ରତ୍ୟାହୃତ: ବିଜେଡି ଓ ବିଜେପିର ଶ୍ରେୟ ଲଢ଼େଇ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ପାଇଁ ଜାତୀୟ ଐତିହ୍ୟ ପ୍ରାଧିକରଣ (ଏନଏମଏ)ର ପ୍ରସ୍ତାବିତ ଉପନିୟମ(ବାଇ-ଲ)କୁ କେନ୍ଦ୍ର ସରକାର ଆଜି ପ୍ରତ୍ୟାହାର କରିନେଇଛନ୍ତି । ଓଡ଼ିଶାବାସୀ ତଥା ହିନ୍ଦୁ ଧର୍ମାବଲମ୍ବୀଙ୍କ ଧାର୍ମିକ ବିଶ୍ୱାସ ଓ ଭାବାବେଗକୁ ଦୃଷ୍ଟିରେ ରଖି ପ୍ରସ୍ତାବିତ ବାଇ-ଲ’କୁ କେନ୍ଦ୍ର ସରକାର ପ୍ରତ୍ୟାହାର କରିଥିବାବେଳେ ଏହାର ଶ୍ରେୟ ନେବାକୁ ବିଜେଡି ଓ ବିଜେପି ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଆରମ୍ଭ ହୋଇଛି । ରାଜ୍ୟର ଉଭୟ ବିଜେଡି ଓ ବିଜେପିର ସାଂସଦମାନେ ଆଜି କେନ୍ଦ୍ର ସଂସ୍କୃତିମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲଙ୍କୁ ଭେଟିବା ପରେ ଏହି ବାଇ-ଲ’ ପ୍ରତ୍ୟାହାର ହୋଇଥିବାରୁ ଦୁଇ ଦଳ ଏହାକୁ ନିଜର ଶ୍ରେୟ ବୋଲି ବିବେଚନା କରୁଥିବା ଜଣାପଡ଼ିଛି ।
ବିଜେଡି ସାଂସଦ ତଥ୍ୟ ମୁଖପାତ୍ର ଅମର ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ରଙ୍କ ନେତୃତ୍ୱରେ ଦଳର ୮ଜଣ ସାଂସଦ ଆଜି କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଭେଟି ଓଡ଼ିଶାର ସାଢ଼େ ୪କୋଟି ଲୋକ ତଥା ଜଗନ୍ନାଥପ୍ରେମୀଙ୍କ ଭାବାବେଗ ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ଚଳିତବର୍ଷ ଜାନୁୟାରୀ ୧୮ତାରିଖରେ ଏନଏମଏ ପକ୍ଷରୁ ଜାରି ସର୍କୁଲାର ଓଡ଼ିଶାବାସୀଙ୍କ ଭାବାବେଗକୁ କୁଠାରଘାତ କରିଛି । ଏହି ସର୍କୁଲାରକୁ ତୁରନ୍ତ ପ୍ରତ୍ୟାହାର ପାଇଁ ମଧ୍ୟ ଦାବି କରିଥିଲେ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲ ଏହା ଶୁଣିବାପରେ ସେ ଏହି ବାଇ-ଲ’ ସମ୍ପର୍କରେ ପୂର୍ବରୁ ଅବଗତ ଥିବା ତଥା ଏହାକୁ ତର୍ଜମା କରିଥିବା କଥା କହିଥିଲେ । ଏହାକୁ ପ୍ରତ୍ୟାହାର ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମଧ୍ୟ ବିଜେଡି ସାଂସଦମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ ।
ସେହିପରି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ବିଜେପିର ସାଂସଦମାନେ ଆଜି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଶ୍ରୀ ପଟେଲଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶାର ସ୍ୱାର୍ଥ ଓ ଓଡ଼ିଆ ଭକ୍ତଙ୍କ ଭାବାବେଗକୁ ପ୍ରଧାନ୍ୟ ଦେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲ ତୁରନ୍ତ ଏହି ବାଇ ଲ’କୁ ପ୍ରତ୍ୟାହାର କରିନେଇଥିଲେ । ଏଥିପାଇଁ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲ ଓ ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶ୍ରୀ ମହାନ୍ତି ଧନ୍ୟବାଦ ଜଣାଇଛନ୍ତି । ଓଡ଼ିଆ ଲୋକଙ୍କ ସ୍ୱାର୍ଥକୁ ବିଜେପି ସବୁ ସମୟରେ ଗୁରୁତ୍ୱ ଦେଇଆସିଛି । କରୋନା କାଳରେ ରଥଯାତ୍ରା ବନ୍ଦ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାବେଳେ ହଜାର ହଜାର ବର୍ଷର ପରମ୍ପରାକୁ ସୁରକ୍ଷିତ ରଖିବା ନିମନ୍ତେ ବିଜେପି ହିଁ ପଦକ୍ଷେପ ନେଇଥିଲା ବୋଲି ଶ୍ରୀ ମହାନ୍ତି କହିଛନ୍ତି ।
ସେହିପରି ବିଜେପି ସାଂସଦଙ୍କ ସହ ଆଲୋଚନା ପରେ ଏହି ବାଇ ଲ’କୁ କେନ୍ଦ୍ର ସରକାର ପ୍ରତ୍ୟାହାର କରିନେଇଥିବାରୁ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଉଭୟ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ରମନ୍ତ୍ରୀ ପଟେଲଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ ଗତ ଦୁଇଦିନ ତଳେ ପ୍ରଥମେ ଏ ସମ୍ପର୍କରେ ଟେଲିଫୋନ୍ ଯୋଗେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲଙ୍କୁ ଅବଗତ କରିଥିଲେ । ଏହି ପ୍ରସଙ୍ଗରେ ଅଧିକ ଆଲୋଚନା ପାଇଁ ଅନୁରୋଧ କରିଥିଲେ । ପ୍ରସ୍ତାବିତ ବାଇ ଲ’ର ଡ୍ରାଫ୍ଟକୁ ଓଡ଼ିଆ ଭାଷାରେ ସର୍ବସାଧାରଣରେ ପ୍ରକାଶ କରିବା ନିମନ୍ତେ ମଧ୍ୟ ଅନୁରୋଧ କରିଥିଲେ । କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଶ୍ରୀ ପଟେଲ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ବିକାଶ କାର୍ଯ୍ୟ ପ୍ରଭାବିତ ହେବନାହିଁ ଓ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ସର୍ବୋଚ୍ଚ ସମ୍ମାନ ଦିଆଯିବ ବୋଲି କହିଥିଲେ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ବିଜେପି ସାଂସଦଙ୍କ ଏକ ପ୍ରତିନିଧି ଦଳ ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲଙ୍କୁ ଭେଟିଥିଲା ।
ସୂଚନାଯୋଗ୍ୟ, ଏହି ବାଇ ଲ’କୁ ନେଇ ଗତ ଦୁଇଦିନ ଧରି ରାଜ୍ୟରେ ବେଶ୍ ହଟଚମଟ ଚାଲିଥିବାବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତରେ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହ ମହାପ୍ରଭୁଙ୍କ ବିକାଶ କାର୍ଯ୍ୟ କେହି ଅଟକାଇ ପାରିବେ ନାହିଁ ବୋଲି ରୋକଠୋକ୍ ଭାବେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ବୟାନର କିଛି ସମୟ ପରେ ବିଜେଡି ସାଂସଦମାନେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲଙ୍କୁ ଭେଟି ଏହି ନିୟମକୁ ପ୍ରତ୍ୟାହାର ଦାବି କରିଥିଲେ । ଆଉ କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲ ଟ୍ୱିଟ୍ ମାଧ୍ୟମରେ ବିଜେଡି ସାଂସଦଙ୍କ ସହ ଆଲୋଚନା ଓ ଉକ୍ତ ବିଜ୍ଞପ୍ତିକୁ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଥିବା ସମ୍ପର୍କରେ ସୂଚନା ଦେଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top