Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର । ଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର’ ଭାବେ ପୁରସ୍କୃତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କଲେ ପ୍ରଯୋଜକ ଦୀପେନ୍ଦ୍ର ସାମଲ ଓ ୨ ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀପ୍ରସାଦ ଲେଙ୍କା ।ଅନ୍ୟପଟେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ ‘ଦମନ’ ସିନେମାର ନିର୍ମାତା ଏବଂ ସମସ୍ତ ସଦସ୍ୟଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଜାତୀୟ ସ୍ତରରେ ‘ଦମନ’ର ଏହି ସଫଳତା ଆଗାମୀ ଦିନରେ ଆମ ଓଡ଼ିଆ ସିନେମା ଜଗତକୁ ନିଶ୍ଚୟ ଉତ୍ସାହିତ କରିବ।

ସୂଚନଯୋଗ୍ୟ:ଦମନ ଚଳଚିତ୍ରର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଥିଲା । ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲାର ଉପାନ୍ତ ଅଞ୍ଚଳରେ । ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତରଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଥିଲେ ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଆହ୍ବାନର ସାମ୍ନା କରିବାକୁ ପଡ଼ିଥିଲା, ତାହା ଦେଖିବାକୁ ମିଳିଥିଲା ଓଡ଼ିଆ ଚଳଚ୍ଚିତ୍ର ଦମନ ମାଧ୍ୟମରେ। ସାଧାରଣ ଭାବରେ କହିବାକୁ ଗଲେ ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆର ନିରାକରଣ ବିଷୟବସ୍ତୁକୁ ନେଇ ମୂଳ କାହଣୀ ରଖାଯାଇଥିଲା

Click to comment

Leave a Reply

Your email address will not be published. Required fields are marked *

Most Popular

To Top