Latest
ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର
ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫଳରେ ସେମାନଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୨୦୨୪ରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟିଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।