ସର୍ବଦଳୀୟ ବୈଠକ ଆରମ୍ଭ ହୋଇଯାଇଛି । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ସମେତ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ମଧ୍ୟ ଉପସ୍ଥିତ ଅଛନ୍ତି ।


