Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଗାନ୍ଧି ମାର୍ଗରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।  ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ସୁଭଦ୍ରା’ ରଥର ଶୁଭାରମ୍ଭ କରାଯାଇଛି। ଏହା ଆଜିଠାରୁ ଅର୍ଥାତ ସେପ୍ଟେମ୍ୱର ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ରଥ ରାଜ୍ୟର ବିଭିନ୍ନ ଜିଲ୍ଲା ବୁଲିବ । ରାଜ୍ୟବ୍ୟାପୀ ଗାଁଠୁ ସହର ବୁଲିବ ‘ସୁଭଦ୍ରା’ ସଚେତନତା ରଥ ।

ସୁଭଦ୍ରା’ ଯୋଜନା ସଂପର୍କରେ ଲୋକଙ୍କୁ ସଚେତନ କରିବ ରଥ ।ହିତାଧିକାରୀମାନେ ଯେପରି ଭ୍ରମିତ ନ ହେବେ ସେଥିଲାଗି ସରକାର ଏହି ବ୍ୟବସ୍ଥା କରିଛନ୍ତି। ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ସୁଭଦ୍ରା ଯୋଜନା ଓଡ଼ିଆ ଅସ୍ମିତାର ପରିଚୟ ହେବ । ଏହି ଯୋଜନା ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ସହାୟକ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ସୁଭଦ୍ରା ଯୋଜନାର ମୂଳ ଉଦ୍ଦେଶ୍ୟ । ସୁଭଦ୍ରା ଯୋଜନା ଅସ୍ମିତାର ପରିଚୟ ହେବ ।

ସେହିପରି ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପ୍ରତିକ୍ରିୟା ଦେଇ କହିଛନ୍ତି ସୁଭଦ୍ରା ପଞ୍ଜୀକରଣ ପାଇଁ ସମୟସୀମା ନାହିଁ । ଶେଷ ହିତାଧିକାରୀ ଯାଏଁ ହେବ ସୁଭଦ୍ରା ପଞ୍ଜୀକରଣ। ୧୭ ପରେ ପଞ୍ଜୀକରଣ କଲେ ବି ମିଳିବ ଟଙ୍କା । ସେଥିପାଇଁ ଗହଳି ବା ଲମ୍ବା ଧାଡ଼ି ନକରିବାକୁ ଲୋକଙ୍କୁ ଅନୁରୋଧ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top