ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବେ ମୋଦି। ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଅବସରରେ ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପ୍ଟେମ୍ବର ୧୭ରେ ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନରେ ଯୋଜନା ଶୁଭାରମ୍ଭ ହେବ।ସୂଚନାଯୋଗ୍ୟ, ୨୧-୬୦ବର୍ଷର ମହିଳାଙ୍କୁ ବାର୍ଷିକ ୧୦ହଜାର ଟଙ୍କା ଲେଖାଏଁ ଟଙ୍କା ହିସାବରେ ୫ ବର୍ଷରେ ୫୦,୦୦୦ ଟଙ୍କା ଦିଆଯିବ । ଏହି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟ ଯିବ । ଏହାସହ ହିତାଧିକାରୀଙ୍କୁ ଏକ ସୁଭଦ୍ରା ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...