Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ସୋମବାର ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିବ ବିଜେଡି

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ ଆସନ୍ତା ଏପ୍ରିଲ ୧୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା କାଲି ଅର୍ଥାତ୍ ସୋମବାର ଠାରୁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି । ପ୍ରଥମ ପର୍ଯ୍ୟାୟରେ ନିର୍ବାଚନକୁ ଯାଉଥିବା ରାଜ୍ୟର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରପୁଟ ଏହି ଚାରିଟି ଲୋକସଭା ଆସନ ସମେତ ଏହି ଚାରିଟି ଲୋକସଭା ଆସନ ଅଧୀନରେ ରହିଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମଧ୍ୟ ଆସନ୍ତାକାଲିଠାରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି । ଏପରିସ୍ଥିତିରେ ଶାସକ ବିଜେଡି ଦଳର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ଆସନ୍ତାକାଲି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିବେ ବୋଲି ଦଳୀୟ ବରିଷ୍ଠ ନେତାମାନେ ସୂଚନା ଦେଇଛନ୍ତି । ଉଲ୍ଲେଖଯାଗ୍ୟ, ଏହି ସମସ୍ତ ନିର୍ବାଚନ ମଣ୍ଡଳୀ ପାଇଁ ଏକାଧିକ ପ୍ରାର୍ଥୀ ଦାବିଦାର ରହିଥିଲେ । ଗତ ପ୍ରାୟ ଏକ ସପ୍ତାହ ଧରି ଦକ୍ଷିଣ ଓଡ଼ିଶାର ଏହି ସମସ୍ତ ନିର୍ବାଚନ ମଣ୍ଡଳୀ ପାଇଁ ଦଳୀୟ ପ୍ରାର୍ଥୀ ହେବାକୁ ନେତାମାନେ ସେମାନଙ୍କ ସମର୍ଥକମାନଙ୍କୁ ଧରି ଲବି ଚଲାଇଥିଲେ । ତେବେ ସବୁୁ କଥା ବିଚାରକୁ ନେଇ ସବୁ ପକ୍ଷଙ୍କ ସହ ଆଲୋଚନା କରି ଅଧିକ ବିଜୟ ସମ୍ଭାବନା ଥିବା ପ୍ରାର୍ଥୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ଚୂଡାନ୍ତ ଦଳୀୟ ପ୍ରାର୍ଥୀଭାବେ ବାଛିଥିବା ବିଶ୍ୱସ୍ତ ସୂତରୁ ଜଣାପଡ଼ିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ବି ଏହି ପ୍ରାର୍ଥୀ ତାଲିକା ଉପରେ ନବୀନ ତାଙ୍କର କସରତ ଜାରି ରଖିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top