Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ସୌମ୍ୟ ମିଶିବେ,ଯିବେ ରାଜ୍ୟସଭା

ଭୁବନେଶ୍ୱର : ରାଜ୍ୟସଭାର ୩ଟି ଆସନରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହା ଧୀରେଧୀରେ ସ୍ପଷ୍ଟ ହେବାରେ ଲାଗିଛି । ଆମ ଓଡ଼ିଶା ପାର୍ଟି ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ ବୁଧବାର ପୂର୍ବାହ୍ନ ୧୧ଟାରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।  ଶ୍ରୀ ପଟ୍ଟନାୟକ ବିଜେଡିରେ ମିଶିବା ପରେ ଦଳ ତାଙ୍କୁ ରାଜ୍ୟସଭା ପାଇଁ ପ୍ରାର୍ଥୀ କରିବ ବୋଲି ସୂଚନା ମିଳିଛି । ଏପ୍ରିଲ ୩ରେ କାର୍ଯ୍ୟକାଳ ସରୁଥିବା ଅନଙ୍ଗ ଉଦୟ ସିଂହଦେଓଙ୍କୁ ପୁନର୍ବାର ରାଜ୍ୟସଭା ପଠାଇବାକୁ ମଧ୍ୟ ରଣନୀତି ପ୍ରସ୍ତୁତ ହୋଇଛି । ବାକି ଗୋଟିଏ ଆସନରେ ଦଳର ବରିଷ୍ଠ ନେତା ପ୍ରଶାନ୍ତ ନନ୍ଦ, ବିମ୍ବାଧର କୁଅଁର, ଶାରଦା ନାୟକ ଓ ନାରାୟଣ ସାହୁ(ବିଜେପୁର) ମଧ୍ୟରୁ ଜଣକୁ ପଠାଯାଇପାରେ ବୋଲି ଚର୍ଚ୍ଚା ହେଉଛି ।ଭୁବନେଶ୍ୱର : ରାଜ୍ୟସଭାର ୩ଟି ଆସନରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହା ଧୀରେଧୀରେ ସ୍ପଷ୍ଟ ହେବାରେ ଲାଗିଛି । ଆମ ଓଡ଼ିଶା ପାର୍ଟି ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ ବୁଧବାର ପୂର୍ବାହ୍ନ ୧୧ଟାରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।  ଶ୍ରୀ ପଟ୍ଟନାୟକ ବିଜେଡିରେ ମିଶିବା ପରେ ଦଳ ତାଙ୍କୁ ରାଜ୍ୟସଭା ପାଇଁ ପ୍ରାର୍ଥୀ କରିବ ବୋଲି ସୂଚନା ମିଳିଛି । ଏପ୍ରିଲ ୩ରେ କାର୍ଯ୍ୟକାଳ ସରୁଥିବା ଅନଙ୍ଗ ଉଦୟ ସିଂହଦେଓଙ୍କୁ ପୁନର୍ବାର ରାଜ୍ୟସଭା ପଠାଇବାକୁ ମଧ୍ୟ ରଣନୀତି ପ୍ରସ୍ତୁତ ହୋଇଛି । ବାକି ଗୋଟିଏ ଆସନରେ ଦଳର ବରିଷ୍ଠ ନେତା ପ୍ରଶାନ୍ତ ନନ୍ଦ, ବିମ୍ବାଧର କୁଅଁର, ଶାରଦା ନାୟକ ଓ ନାରାୟଣ ସାହୁ(ବିଜେପୁର) ମଧ୍ୟରୁ ଜଣକୁ ପଠାଯାଇପାରେ ବୋଲି ଚର୍ଚ୍ଚା ହେଉଛି । ମିଳିଥିବା ସୂଚନା ଅନୁସାରେ ଆମ ଓଡ଼ିଶା ପାର୍ଟି ଅଧ୍ୟକ୍ଷ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ନବୀନ ନିବାସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନ୍ୟ ନେତାମାନଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ବିଜେଡିରେ ମିଶିବେ । ବିଜେଡିର ବରିଷ୍ଠ ଓ ଯୁବନେତାମାନଙ୍କୁ ଏହି ମିଶ୍ରଣ ପର୍ବ ସମୟରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଗତ କିଛିଦିନ ଧରି ସୌମ୍ୟ ବିଜେଡିରେ ମିଶିବେ ବୋଲି ଚର୍ଚ୍ଚା ହେଉଥିଲା । ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ମାର୍ଚ୍ଚ ୧୨ତାରିଖ ରହିଥିବାବେଳେ ସୌମ୍ୟଙ୍କୁ ଆସନ୍ତାକାଲି ଦଳରେ ସାମିଲ କରି ବିଜେଡି ତାଙ୍କୁ ପ୍ରାର୍ଥୀ କରିବ ବୋଲି ଚୂଡ଼ାନ୍ତ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ସୌମ୍ୟଙ୍କ ବ୍ୟତୀତ କଂଗ୍ରେସର ଦୁଇ ବରିଷ୍ଠ ନେତା ଚନ୍ଦ୍ରଶେଖର ସାହୁ ଓ ବିକ୍ରମ ପଣ୍ଡା ମଧ୍ୟ ଖୁବଶୀଘ୍ର ବିଜେଡିରେ ସାମିଲ ହେବାର ସମ୍ଭାବନା ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top