ରୁଷିଆର ସେଣ୍ଟ ପିଟର୍ସବର୍ଗଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ପ୍ରତିଭା ତାଙ୍କୁ ବ୍ୟକ୍ତିଗତ ଭାବେ ପ୍ରତିଷ୍ଠା ଦେଇଥିବା ବେଳେ ସାରା ଓଡ଼ିଶାକୁ ଗର୍ବିତ କରିଛି। ଅନେକ ଜାତୀୟ ଓ ଅନ୍ତର୍ଜାତୀୟସ୍ତରୀୟ ପ୍ରତିଯୋଗିତାରେ ବିଜୟୀ ହୋଇ ବାଲୁକା କଳାରେ ନିଜର ପରାକାଷ୍ଠା ଦେଖାଇଛନ୍ତି। ଆଗାମୀ ଦିନରେ ଆହୁରି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଶୁଭେଛା ଜଣାଇଛନ୍ତି।


