Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହିଟ୍ ଓ୍ୱେଭ୍ ପାଇଁ ୧୧ଟାରୁ ୩ଯାଏ ଗଡ଼ିବନି ବସ୍

ଭୁବନେଶ୍ୱର (ଓଡ଼ିଶା ୱେୟାର) : ହିଟ୍‌ଓ୍ୱେଭ୍ ମୁକାବିଲା ଲାଗି ପରିବହନ ବିଭାଗର ମାର୍ଗଦର୍ଶିକା । ଦିନ ୧୧ଟାରୁ ୩ଟା ଯାଏ ଗଡ଼ିବନି ବସ୍ । ବସ୍‌ରେ ରହିବ ବିଶୁଦ୍ଧ ପାନୀୟ ଜଳ ଏବଂ ଓଆରଏସ । ବସ୍‌ଷ୍ଟପରେ ରହିବ ବିଶ୍ରାମଗାର, ଖୋଲିବ ଜଳଛତ୍ର । ବସରେ ଗହଳିକୁ ବାରଣ କରାଯାଇଛି । ଜାତୀୟ ରାଜପଥରେ ଖୋଲିବ ଓ୍ୱାଟର କିସ୍କକୋ । ପରିବହନ ବିଭାଗ କରିବ ଏନଫୋର୍ସମେଣ୍ଟ । ଜିଲ୍ଲାସ୍ତରୀୟ କଣ୍ଟ୍ରେଲ ରୁମ୍ ଖୋଲିବ ।
ସୂଚନା ଯୋଗ୍ୟ ଯେ, ଦୁଇ ଦିନ ପରେ ବଢ଼ିବ ତାତି । ଗରମରେ ଆଉଟୁ ପାଉଟୁ ହେବ ଓଡ଼ିଶା । ଉପାନ୍ତରୁ ଉପକୂଳ ସବୁଠି ପାରା ଡେଇଁବ ୪୦ ଉପରକୁ । ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା । ଓଡ଼ିଶା ମଧ୍ୟକୁ ପଶ୍ଚିମ-ଉତ୍ତର ଦିଗରୁ ଶୁଷ୍କ ଏବଂ ଉତ୍ତପ୍ତ ବାୟୁ ପ୍ରବାହ ଯୋଗୁଁ ତାତି ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଗ୍ରୀଷ୍ମ ପ୍ରବାହ ପାଇଁ ୧୬ ତାରିଖରେ ବଲାଙ୍ଗୀର, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୭ ତାରିଖ ପାଇଁ ୬ଟି ଜିଲ୍ଲା ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ନୟାଗଡ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଗ୍ରୀଷ୍ମ ଲହରୀ ପାଇଁ ସତର୍କତା ଜାରି କରାଯାଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ତାତି ଅନୁଭୁତ ହେବ । ପଶ୍ଚିମ ଓଡ଼ିଶାରେ ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ।
ଖୋର୍ଦ୍ଧା ଜିଲ୍ଲାରେ ହିଟଓ୍ବେଭ୍ କଣ୍ଡିସନ୍ ସୃଷ୍ଟି ହେବାକୁ ଥିବାରୁ ଭୁବନେଶ୍ବରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ଅଧିକ ରହିଛି । ୨୧ ଓ ୨୨ ତାରିଖ ବେଳକୁ ତାତି ୪୪ ଅତିକ୍ରମ କରିବ ବୋଲି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି । ଗତବର୍ଷ ମାର୍ଚ୍ଚ ମାସ ଆରମ୍ଭରୁ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ଚଳିତବର୍ଷ ପଶ୍ଚିମା ଝଡ ପାଇଁ ସ୍ଥିତି ବଦଳିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top