Latest
୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର(ଓଡ଼ିଶା ୱେୟାର): ଅସହ୍ୟ ତାତିରୁ ମୁଳିବ ମୁକ୍ତି। ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ପରେ ତାପମାତ୍ରା ସାମାନ୍ୟ କମିଥିବା ବେଳେ ଆଶ୍ୱସ୍ତି ଲାଭ କରିଛନ୍ତି ରାଜ୍ୟବାସୀ। ଆଗକୁ ଆହୁରି ୪ ଦିନ ଯାଏଁ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି ।
ଆଜି ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ ।