Latest
୧୫ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ହୋଇପାରେ ବର୍ଷା!
ଭୁବନେଶ୍ୱର (ଓଡ଼ିଶା ୱେୟାର): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷ ଜାରି ରହିବ। ସେହିପରି ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ବିଭାଗ ଜାରି କରିଥିବା ବୁଲେଟିନ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସହ ଘଡଘଡ଼ି ହେବ। ଏଥିସହ କେତେକ ସ୍ଥାନରେ କାଳବୈଶାଖୀର ଆଶଙ୍କା ବି ରହିଛି।