Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୧୫ରେ ଶାହ, ୨୦ରେ ଯୋଗୀ ଆଦିତ୍ୟନାଥ ଓଡ଼ିଶା ଆସିବେ

ଭୁବନେଶ୍ୱର(ଓଡ଼ିଶା ୱେୟାର):ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତା ୨୦ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ମୁଖ୍ୟମନ୍ତ୍ରୀ ହେବାପରେ ସେ ପ୍ରଥମଥର ପାଇଁ ଓଡ଼ିଶା ଗସ୍ତରେ ଆସି ଭବାନୀପାଟଣା ଓ ନାଚୁଣୀଠାରେ ବିଜେପିର ଦୁଇଟି ବିଶାଳ କର୍ମକର୍ତ୍ତା ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଆଜି ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ୧୪ରୁ ୨୦ତାରିଖ ମଧ୍ୟରେ ବିଜେପି ଅଧ୍ୟକ୍ଷ ଅମିତ୍ ଶାହ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ରାମକୃପାଳ ଯାଦବ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ। ୧୪ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯାଦବ ଟିଟିଲାଗଡ଼ ଓ ରାଉରକେଲାରେ ବିଜେପିର ପରିବର୍ତ୍ତନ ସମାବେଶରେ ଯୋଗ ଦେବେ। ୧୫ତାରିଖରେ ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଜାତୀୟ ଅଧ୍ୟକ୍ଷ ଶ୍ରୀ ଶାହ ଓ ୧୭ତାରିଖରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଭଦ୍ରକରେ ସାଧାରଣ ସଭାରେ ଯୋଗ ଦେବେ। ତା’ପରେ ୨୦ତାରିଖରେ ଯୋଗୀ ଆଦିତ୍ୟନାଥ ଓଡ଼ିଶା ଆସିବେ। ପୂର୍ବ ଭାରତର ବିକାଶ ତଥା ନୂଆ ଭାରତ ଏବଂ ନୂଆ ଓଡ଼ିଶା ଗଠନ ପାଇଁ ବିଜେପି ପ୍ରାଧାନ୍ୟ ଦେଇ ଆସୁଥିବାରୁ ମିଶନ ୧୨୦+ ଲକ୍ଷ୍ୟରେ ବିଜେପି ଆଗେଇ ଚାଲିଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top