Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୬ରେ ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ମେଗା ଶୋ’

ଭୁବନେଶ୍ୱର(ଓଡ଼ିଶା ୱେୟାର): ଚଳିତମାସ ୧୬ତାରିଖରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀଙ୍କ ଏହି ସରକାରୀ କାର୍ଯ୍ୟକ୍ରମକୁ ତାଙ୍କ ଦଳ ବିଜେଡି ମଧ୍ୟ ଆଡ଼ମ୍ବରପୂର୍ଣ୍ଣ ଭାବେ ସମଗ୍ର ଜିଲ୍ଲାରେ ପାଳନ କରିବା ନିମନ୍ତେ ପ୍ରସ୍ତୁତି ଜୋରଦାର କରିଛି । ଦଳର ପ୍ରାୟ ୧୭ମନ୍ତ୍ରୀ, ୭୦ ବିଧାୟକ, ୪୦ରୁ ଅଧିକ ଦଳୀୟ ପଦାଧିକାରୀଙ୍କୁ ଫେବୃୟାରୀ ୧୩ତାରିଖ ସୁଦ୍ଧା ସୁନ୍ଦରଗଡ଼ରେ ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇିଛି ।
ମିଳିଥିବା ସୂଚନା ଅନୁସାରେ, ଗତମାସରେ କଳାହାଣ୍ଡି ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ଭଳି ସୁନ୍ଦରଗଡ଼ ଜିଲ୍ଲାରେ ଅନୁରୂପ କାର୍ଯ୍ୟକ୍ରମ ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୧୬ତାରିଖରେ ସରକାରୀ ଭାବେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରି ସେଠାରେ ବିଶାଳ ସାଧାରଣ ସଭାକୁ ସମ୍ବୋଧନ କରିବା ସହ ଜିଲ୍ଲାର ୧୭ଟି ବ୍ଲକ ୍‌, ୩ଟି ପୌରାଂଚଳ ଓ ଗୋଟିଏ ମହାନଗରର ପ୍ରାୟ ସାଢ଼େ ୪ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଅବା ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଥିବାବେଳେ ବିଜେଡି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଗସ୍ତରୁ ଦଳୀୟ ଫାଇଦା ନେବା ପାଇଁ ରଣନୀତି ପ୍ରସ୍ତୁତ କରିଛି । ପଂଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ଏବେ ନିଜର ସଂଗଠନକୁ ସୁଦୃଢ଼ କରୁଥିବାବେଳେ ୨୦୧୭ ପଂଚାୟତ ନିର୍ବାଚନରେ ଦଳ ଖରାପ ପ୍ରଦର୍ଶନ କରିଥିବା ଜିଲ୍ଲାଗୁଡ଼ିକୁ ଏବେ ଫୋକସରେ ରଖି ଏସବୁ କାର୍ଯ୍ୟକ୍ରମ ହାତକୁ ନେଇଛି । ଗତ ପଂଚାୟତ ନିର୍ବାଚନରେ କଳାହାଣ୍ଡି ଭଳି ସୁନ୍ଦରଗଡ଼ ଜିଲ୍ଲାରେ ଦଳ ଖରାପ ପ୍ରଦର୍ଶନ କରିଥିଲା । ସାଧାରଣ ନିର୍ବାଚନରେ ମଧ୍ୟ ଦଳର ପ୍ରଦର୍ଶନ ଅନ୍ୟ ସ୍ଥାନଗୁଡ଼ିକ ଭଳି ଉତ୍ସାହଜନକ ରହିନି । ତେଣୁ ଆସନ୍ତା ପଂଚାୟତ ନିର୍ବାଚନ ପୂର୍ବରୁ ଦଳ ସେଠାରେ ଗାଁ ଗହଳିକୁ ଯାଇ ଲୋକଙ୍କ ସହ ମିଶି ସେମାନଙ୍କର ଆସ୍ଥାଭାଜନ ହେବାକୁ ପ୍ରୟାସ କରିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଦିନ ରାଜ୍ୟର ଉପକୂଳ ଓ ଅନ୍ୟାନ୍ୟ ଅଂଚଳରୁ ଯାଇଥିବା ଦଳୀୟ ବିଧାୟକ ଓ ନେତାମାନେ ସେଠାରେ ସ୍ଥାନୀୟ ନେତାମାନଙ୍କ ସହ ମିଶି ରାଜ୍ୟ ସରକାରଙ୍କର ସଫଳତାର ବାର୍ତ୍ତା ସେହି ଅଂଚଳର ସାଧାରଣ ଲୋକଙ୍କ ପାଖରେ ପହଂଚାଇବେ ବୋଲି ଜଣାପଡ଼ିଛି ।
ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ସୁନ୍ଦରଗଡ଼ ଜିଲ୍ଲାର ୧୭ଟି ବ୍ଲକ ଦାୟିତ୍ୱରେ ୧୭ଜଣ ମନ୍ତ୍ରୀ ଓ ୭୦ରୁ ଅଧିକ ବିଜେଡି ବିଧାୟକଙ୍କୁ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେମାନେ ସେଠାରେ ଭୁବନେଶ୍ୱରରୁ ଯାଇଥିବା ପ୍ରାୟ ୪୦ରୁ ଅଧିକ ପଦାଧିକାରୀ ଓ ସ୍ଥାନୀୟ କର୍ମୀମାନଙ୍କ ସହ ମିଶି ଗାଁ ଗହଳିରେ କାର୍ଯ୍ୟକ୍ରମର ଆୟୋଜନ କରିବେ । ନବୀନ ପଟ୍ଟନାୟକ ସରକାରର ସଫଳତାକୁ ସାଧାରଣ ଲୋକଙ୍କ ନିକଟରେ ପହଂଚାଇବା ପାଇଁ ଭୋଜିଭାତର ଆୟୋଜନ ମଧ୍ୟ କରିବେ ବୋଲି ଜଣାପଡ଼ିଛି ।
ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ସମୟରେ ରାଉରକେଲାରେ ଦେଶର ସର୍ବବୃହତ୍ ହକି ଷ୍ଟାଡ଼ିୟମ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ସମସ୍ତ ବ୍ଲକରେ ସିନ୍ଥେଟିକ ହକି ଟର୍ଫ ସ୍ଥାପନର ଲୋକାର୍ପଣ, ବିଭିନ୍ନ ବ୍ଲକରେ ପ୍ରାୟ ହଜାରେ କୋଟି ଟଙ୍କାର ମେଗା ପାନୀୟ ଜଳ ପ୍ରକଳ୍ପ, ଜଳସେଚନ ପ୍ରକଳ୍ପର ଶିଳାନ୍ୟାସ ଆଦି ସମେତ ବ୍ଲକର ବିଭିନ୍ନ ପ୍ରକଳ୍ପକୁ ମଧ୍ୟ ଶିଳାନ୍ୟାସ କରିବେ ବୋଲି ଜଣାପଡ଼ିଛି । ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସଚିବାଳୟରେ ବସି ଯେଭଳି ବ୍ଲକସ୍ତରରେ ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମ ମାଧ୍ୟମରେ ପଂଚାୟତଗୁଡ଼ିକ ପ୍ରକଳ୍ପକୁ ସିଧାସଳଖ ଶିଳାନ୍ୟାସ କରୁଥିଲେ, ଏବେ ଅନୁରୂପ ଶୈଳୀରେ ପ୍ରତ୍ୟେକ ଜିଲ୍ଲା ମୁଖ୍ୟାଳୟକୁ ଗସ୍ତ କରି ମୁଖ୍ୟମନ୍ତ୍ରୀ ସେଠାରେ ସମସ୍ତ ବ୍ଲକର ବିଭିନ୍ନ ପ୍ରକଳ୍ପକୁ ଶିଳାନ୍ୟାସ କରୁଛନ୍ତି । ଆଉ ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସରକାରୀସ୍ତରରେ ପ୍ରୟାସ ହେଉଥିଲେ ମଧ୍ୟ ବିଜେଡି ନିଜ ସ୍ତରରେ ବ୍ୟାପକ ଆୟୋଜନ କରି ସଂଗଠନକୁ ସୁଦୃଢ଼ ଓ ପୁନଃସଂଗଠିତ କରିବାକୁ ରଣନୀତି ପ୍ରସ୍ତୁତ କରିଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଜାନୁୟାରୀ ୧୪ତାରିଖରେ କଳାହାଣ୍ଡି ଜିଲ୍ଲା ଗସ୍ତ କରି ସେଠାରେ ୨୦୮୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଥିଲେ । ଏହି ସରକାରୀ କାର୍ଯ୍ୟକ୍ରମକୁ ମଧ୍ୟ ବିଜେଡି ନିଜ ଦଳବଳ ସହ ବ୍ୟାପକ ଆକାରରେ ଜିଲ୍ଲାସ୍ତରରେ ପାଳନ କରିଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top